ଧରପଗଡ଼ ଜୋରଦାର୍‌: ସଟ୍ଟା କାରବାର, କିଙ୍ଗ୍‌ପିନ୍‌ ସମେତ ୪ ଗିରଫ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପୋଲିସ ସଟ୍ଟା ଧରପଗଡ଼କୁ ଜୋରଦାର୍‌ କରିଛି। ସୋମବାର ସ୍ଥାନୀୟ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ତୋରା ସୂତାମିଲ୍‌ ପାଖରେ ଚାଲିଥିବା ଏକ ସଟ୍ଟା ଆଡ୍ଡା ଉପରେ ଚଢ଼ାଉ କରିଥିଲା। ଚଢ଼ାଉରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବରଗଡ଼ ସହର ଉପକଣ୍ଟ ତୋରା ଚିନିକଳ ନିକଟ ଆମପଡ଼ାର ପ୍ରକାଶ ସେନାପତି, ତୋରା ଟାଙ୍ଗରପଡ଼ାର ଭୋଜରାଜ ଦୀପ, ହେମନ୍ତ ଦୀପ ଏବଂ ତୋରା କେନାଲପଡ଼ାର ସୁଦାମ ଦୀପ। ପୋଲିସ ଅଭିଯୁକ୍ତମାନଙ୍କ ପାଖରୁ ନଗଦ ୧୦ହଜାର ୬୫୦ ଟଙ୍କା, ସଟ୍ଟା ନମ୍ବର ଲେଖାଥିବା ବୋର୍ଡ଼, ୨ସଟ୍ଟା ଚିଟ୍ସ, ଗୋଟିଏ ହୋଣ୍ଡା ଆକ୍ଟିଭା ସ୍କୁଟି(ନଂ-ଓଡ଼ି୧୭ଏଡ଼ି ୮୩୫୧) ଏବଂ ୪ ମୋବାଇଲ ଜବତ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ ମଙ୍ଗଳବାର ପୋଲିସ କୋର୍ଟଚାଲାଣ କରିଛି। ସେମାନଙ୍କ ବିରୋଧରେ ବରଗଡ଼ ଗ୍ରାମାଞ୍ଚଳ ଥାନାରେ ଏକ ମାମଲା(ନଂ-୯୨/୨୦୨୬) ରୁଜୁ ହୋଇଛି।
ସୂଚନା ଅନୁଯାୟୀ, ଗିରଫ ଅଭିଯୁକ୍ତମାନେ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ସଟ୍ଟା କାରବାର ଚଲାଇଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ସେହି ସୂଚନାକୁ ଆଧାର କରି ଏଏସଆଇ ଅଭୟ କୁମାର ଦଲାଇଙ୍କ ନେତୃତ୍ୱରେ ପୋଲିସର ଏକ ଟିମ୍‌ ତୋରା ସୂତାମିଲ ଛକରେ ଚାଲିଥିବା ସଟ୍ଟା କାରବାର ଆଡ୍ଡା ଠାବ କରିବା ସହିତ ସେଠାରେ ଅତର୍କିତ ଚଢ଼ାଉ କରିଥିଲା। ତେବେ ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ହେମନ୍ତ ଏବଂ ସୁଦାମ ତୋରା ଅଞ୍ଚଳରେ ଚାଲିଥିବା ସଟ୍ଟା କାରବାରର କିଙ୍ଗପିନ୍‌ ଥିଲେ ଏବଂ ସେମାନେ ଏଜେଣ୍ଟ ନିୟୋଜନ କରି ଅଞ୍ଚଳରେ ଏହି କାରବାର ଚଲାଇ ଆସୁଥିଲେ ବୋଲି ପୋଲିସ ସୂଚନା ଦେଇଛି। ସେହିପରି ଗିରଫ ଅଭିଯୁକ୍ତ ହେମନ୍ତଙ୍କ ବିରୋଧରେ ପୂର୍ବରୁ ବରଗଡ଼ ଟାଉନ ଥାନାରେ ୨ଟି, ବରଗଡ଼ ଗ୍ରାମାଞ୍ଚଳ ଥାନାରେ ଗୋଟିଏ ଏବଂ ବରପାଲି ଥାନାରେ ଗୋଟିଏ ମାମଲା ରହିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri