୧୫ରେ ବରଗଡ଼ ଜିଲା ଅଖଚକ ବନ୍ଦ ଅନୁପ୍ରବେଶକାରୀଙ୍କୁ ହଟାଇବା, ଅପରାଧ ନିୟନ୍ତ୍ରଣ ଦାବି

ବରଗଡ଼,୧୧।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ବାଙ୍ଗଲାଦେଶୀ ରୋହିଙ୍ଗୀଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଉକ୍ତ ଦିନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜରୁରୀକାଳୀନ ସେବା ବ୍ୟତୀତ ସମସ୍ତ ସରକାରୀ, ବେସରକାରୀ ଦପ୍ତର, ସ୍କୁଲ, କଲେଜ, ଅଖଚକ ବନ୍ଦ ରହିବ ବୋଲି ବଜରଙ୍ଗ ଦଳର ବରଗଡ଼ ଜିଲା ସଂଯୋଜକ ସଞ୍ଜୀବ କୁମାର ମେହେର ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପୂର୍ବାହ୍ନ ୧୦ଟାରେ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ବୈଠକ ହୋଇଥିଲା। ବଜରଙ୍ଗ ଦଳର ଆହ୍ବାନକ୍ରମେ ଅନୁଷ୍ଠିତ ଏହି ବୈଠକରେ ବିଶ୍ୱ ହିନ୍ଦୁ ପରିଷଦ ସମେତ ବିଭିନ୍ନ ଅନୁଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଜିଲାରେ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବଢ଼ିବା ସହିତ ନିଶା କାରବାର, ଅପରାଧ ବୃଦ୍ଧି ଚିନ୍ତାଜନକ ହୋଇ ପଡ଼ିଛି ବୋଲି ବୈଠକରେ ସମସ୍ତେ ଉଦ୍‌ବେଗଡ଼ ପ୍ରକାଶ କରିଥିଲେ ଏବଂ ଏହାର ପ୍ରତିବାଦରେ ଆସନ୍ତା ୧୫ତାରିଖ ବରଗଡ଼ ଜିଲାରେ ୧୨ଘଣ୍ଟିଆ ବନ୍ଦ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri