ଧାନକେଣ୍ଡାରେ ଅଗାଡ଼ି: ଜିଲାପାଳଙ୍କୁ ଫେରାଦ ହେଲେ ବରଗଡ଼ ଚାଷୀ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁ ନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି। ବର୍ତ୍ତମାନ ଫସଲର ଧାନକେଣ୍ଡା ଅଗାଡି ହୋଇ ଯାଉଥିବା ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ନେଇ ମଙ୍ଗଳବାର ସଂଯୁକ୍ତ କୃଷକ ସଂଗଠନର ଏକ ପ୍ରତିନିଧି ଦଳ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଦାବିପତ୍ର ଗ୍ରହଣ କରିଥିଲେ। ଦାବିପତ୍ରର ଏକକିତା ନକଲ କୃଷି ଅଧିକାରୀ ରାଜୀବ ମିଶ୍ର ଏବଂ ତହସିଲଦାର ସୋନାଲି ପଟ୍ଟନାୟକଙ୍କୁ ମଧ୍ୟ ପ୍ରଦାନ କରାଯାଇଛି।

ଦାବିପତ୍ରରେ ଉଲ୍ଲେଖ ରହିଛି, ଚଳିତବର୍ଷ ରବି ଧାନ ଫସଲ ସମସ୍ତ ଅଞ୍ଚଳରେ ଭଲ ହୋଇଥିଲା। ମାତ୍ର ଜିଲାର ଅନେକ ଗ୍ରାମର ଧାନ ଫସଲରେ ଅଜଣା ରୋଗପୋକ ଉପଦ୍ରବ ହୋଇଛି। କୀଟନାଶକ ପ୍ରୟୋଗ ସତ୍ତ୍ବେ କିଛି ସୁଫଳ ମିଳୁ ନଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଧାନକେଣ୍ଡା ବାହାରିବା ସମୟରେ ଶୁଖା ଧାନ ପ୍ରଚୁର ପରିମାଣରେ ବାହାରୁଛି ଅର୍ଥାତ୍ ଧାନକେଣ୍ଡାରେ ଧାନ ବଦଳରେ ଅଗାଡି (ପୋଲ) ହେଉଛି। ଫଳରେ ତୁରନ୍ତ ଏକ ଜିଲାସ୍ତରୀୟ କମିଟି ଗଠନ କରି ପ୍ରଭାବିତ ଫସଲର ସରଜମିନ ତଦନ୍ତ କରି ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା ପ୍ରଭାବିତ ଚାଷୀ ମାନଙ୍କୁ ଚି଼ହ୍ନଟ କରି ସବସିଡି କ୍ଷତିପୂରଣ ଏବଂ ବୀମା ଦେବା ବ୍ୟବସ୍ଥା କରାଯିବାକୁ ସଂଗଠନ ଦାବି କରିଛି । ଯେଉଁଠି କୀଟନାଶକ ପ୍ରୟୋଗ କଲେ ଧାନ ଚାଷ ଭଲ ହେବ, ସେଠାରେ ପ୍ରାମାଣିକ କୀଟନାଶକ ସରକାର ସବସିଡି ମାଧ୍ୟମରେ ଯୋଗାଇ ଦିଆଯାଉ ବୋଲି ଦାବି ହୋଇଛି । ଅତିରିକ୍ତ ଜିଲାପାଳ କୃଷି ଅଧିକାରୀକୁ ଡକାଇ ତୁରନ୍ତ ପଦକ୍ଷେପ ନେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପ୍ରତିନିଧି ଦଳରେ ସଂଯୁକ୍ତ କୃଷକ ସଂଗଠନର ସୁରେଶ ନେକାଣ୍ଟି, ନିରଞ୍ଜନ ପ୍ରଧାନ, ବାବ୍ରୁ ବାହାନ ସାହୁ, ପ୍ରଶାନ୍ତ ସାହୁ, ତପନ ମିଶ୍ର, ସୁଦାମ ପାତ୍ର, ଏକାଦଶିଆ ସାହୁ, କିଶୋର ସାହୁ, ଟେକରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri