ଧାନକେଣ୍ଡାରେ ଅଗାଡ଼ି: ଜିଲାପାଳଙ୍କୁ ଫେରାଦ ହେଲେ ବରଗଡ଼ ଚାଷୀ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁ ନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି। ବର୍ତ୍ତମାନ ଫସଲର ଧାନକେଣ୍ଡା ଅଗାଡି ହୋଇ ଯାଉଥିବା ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ନେଇ ମଙ୍ଗଳବାର ସଂଯୁକ୍ତ କୃଷକ ସଂଗଠନର ଏକ ପ୍ରତିନିଧି ଦଳ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଦାବିପତ୍ର ଗ୍ରହଣ କରିଥିଲେ। ଦାବିପତ୍ରର ଏକକିତା ନକଲ କୃଷି ଅଧିକାରୀ ରାଜୀବ ମିଶ୍ର ଏବଂ ତହସିଲଦାର ସୋନାଲି ପଟ୍ଟନାୟକଙ୍କୁ ମଧ୍ୟ ପ୍ରଦାନ କରାଯାଇଛି।

ଦାବିପତ୍ରରେ ଉଲ୍ଲେଖ ରହିଛି, ଚଳିତବର୍ଷ ରବି ଧାନ ଫସଲ ସମସ୍ତ ଅଞ୍ଚଳରେ ଭଲ ହୋଇଥିଲା। ମାତ୍ର ଜିଲାର ଅନେକ ଗ୍ରାମର ଧାନ ଫସଲରେ ଅଜଣା ରୋଗପୋକ ଉପଦ୍ରବ ହୋଇଛି। କୀଟନାଶକ ପ୍ରୟୋଗ ସତ୍ତ୍ବେ କିଛି ସୁଫଳ ମିଳୁ ନଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଧାନକେଣ୍ଡା ବାହାରିବା ସମୟରେ ଶୁଖା ଧାନ ପ୍ରଚୁର ପରିମାଣରେ ବାହାରୁଛି ଅର୍ଥାତ୍ ଧାନକେଣ୍ଡାରେ ଧାନ ବଦଳରେ ଅଗାଡି (ପୋଲ) ହେଉଛି। ଫଳରେ ତୁରନ୍ତ ଏକ ଜିଲାସ୍ତରୀୟ କମିଟି ଗଠନ କରି ପ୍ରଭାବିତ ଫସଲର ସରଜମିନ ତଦନ୍ତ କରି ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା ପ୍ରଭାବିତ ଚାଷୀ ମାନଙ୍କୁ ଚି଼ହ୍ନଟ କରି ସବସିଡି କ୍ଷତିପୂରଣ ଏବଂ ବୀମା ଦେବା ବ୍ୟବସ୍ଥା କରାଯିବାକୁ ସଂଗଠନ ଦାବି କରିଛି । ଯେଉଁଠି କୀଟନାଶକ ପ୍ରୟୋଗ କଲେ ଧାନ ଚାଷ ଭଲ ହେବ, ସେଠାରେ ପ୍ରାମାଣିକ କୀଟନାଶକ ସରକାର ସବସିଡି ମାଧ୍ୟମରେ ଯୋଗାଇ ଦିଆଯାଉ ବୋଲି ଦାବି ହୋଇଛି । ଅତିରିକ୍ତ ଜିଲାପାଳ କୃଷି ଅଧିକାରୀକୁ ଡକାଇ ତୁରନ୍ତ ପଦକ୍ଷେପ ନେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପ୍ରତିନିଧି ଦଳରେ ସଂଯୁକ୍ତ କୃଷକ ସଂଗଠନର ସୁରେଶ ନେକାଣ୍ଟି, ନିରଞ୍ଜନ ପ୍ରଧାନ, ବାବ୍ରୁ ବାହାନ ସାହୁ, ପ୍ରଶାନ୍ତ ସାହୁ, ତପନ ମିଶ୍ର, ସୁଦାମ ପାତ୍ର, ଏକାଦଶିଆ ସାହୁ, କିଶୋର ସାହୁ, ଟେକରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri