ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର ଲଘୁଚାପ ଜନିତ ପ୍ରଥମ ବର୍ଷାରେ ସହର ଜଳାର୍ଣ୍ଣବ ହୋଇ ପଡ଼ିଛି। ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୧ ଟାଙ୍ଗରପଡ଼ା (କେଶବ ନଗର) ସମେତ ବିଭିନ୍ନ ଅଞ୍ଚଳରେ ଲୋକଙ୍କ ଘରକୁ ନର୍ଦ୍ଦମା ସହିତ ବର୍ଷାପାଣି ପଶିଛି। ଖଟ, ପଲଙ୍କ, ରନ୍ଧନ ଗ୍ୟାସ, ବାସନକୁସନ ସହିତ ବିଭିନ୍ନ ଆସବାବପତ୍ର ପାଣିରେ ଭାସୁଛି। ଲୋକଙ୍କ ରନ୍ଧାବଢ଼ା ମଧ୍ୟ ପ୍ରଭାବିତ ହୋଇଛି। ସେହିପରି ଲୋକେ ରାତିରେ ଶୋଇ ପାଇପାରିନାହାନ୍ତି। କ୍ରମାଗତ ଭାବେ ବୁଧବାର ରାତିରୁ ଶୁକ୍ରବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବାରୁ ଲୋକଙ୍କୁ ଏଭଳି ହଟହଟାର ସମ୍ମୁଖୀନ ହେବାକୁ ପଡ଼ିଛି। କେବଳ ସେତିକି ନୁହେଁ, ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ ବସଷ୍ଟାଣ୍ଡରେ ବର୍ଷାପାଣି ଲହଡ଼ି ମାରୁଥିବା ଯୋଗୁ ଯାତ୍ରୀମାନଙ୍କୁ ହଇରାଣ ହେବାକୁ ପଡ଼ିଛି। ବିଭିନ୍ନ ସରକାରୀ କାର୍ଯ୍ୟାଳୟ ମଧ୍ୟ ବର୍ଷାପାଣି ଘେରରେ ରହିଥିବାବେଳେ ରାସ୍ତାରେ ବର୍ଷାପାଣି ଯାଉଥିବା ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପ୍ରତିବର୍ଷ ବର୍ଷାଦିନେ ସହର ଅବସ୍ଥା ଏପରି ବେହାଲ୍‌ ହୋଇ ପଡ଼ିଥାଏ। ହେଲେ ଏପର୍ଯ୍ୟନ୍ତ ଏହାର ସ୍ଥାୟୀ ସମାଧାନ ହୋଇପାରିନାହିଁ। ସହରର ମୁଖ୍ୟ ରାସ୍ତାପାର୍ଶ୍ୱରୁ ଜବରଦଖଲ ହଟାଇ ବିଭିନ୍ନ ସ୍ଥାନରେ ଡ୍ରେନ୍‌ ନିର୍ମାଣ କରାଯାଉଛି। ତେବେ ଦୀର୍ଘଦିନରୁ ଡ୍ରେନ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ତାହା ସମାପନ ହୋଇପାରିନାହିଁ। ଫଳରେ ଅଧାପନ୍ତରିଆ ଡ୍ରେନ୍‌ ଲୋକଙ୍କ ଦୁଃଖକୁ ଆହୁରି ବଢ଼ାଇ ଦେଇଛି ବୋଲି ସାଧାରଣରେ ମତପ୍ରକାଶ ପାଇଛି। ଉଲ୍ଲେଖନୀୟ, ଗତ ୩ଦିନରେ ଜିଲାର ଅମ୍ବାଭୋନା ବ୍ଲକରେ ସର୍ବାଧିକ ୪୯୯ ମି.ମି ବର୍ଷା ହୋଇଥିବାବେଳେ ଅତାବିରା ବ୍ଲକରେ ୧୬୧ ମି.ମି, ବରଗଡ଼ରେ ୧୨୮ ମି.ମି, ବରପାଲିରେ ୧୭୦ ମି.ମି, ଭଟଲିରେ ୧୮୩ ମି.ମି, ଭେଡ଼େନରେ ୧୯୪ ମି.ମି, ବିଜେପୁରରେ ୧୬୨ ମି.ମି, ଗାଇସିଲେଟରେ ୯୫ ମି.ମି, ଝାରବନ୍ଧରେ ୬୦ ମି.ମି, ପାଇକମାଳରେ ୩୯ ମି.ମି, ପଦ୍ମପୁରରେ ୩୯ ମି.ମି ଏବଂ ସୋହେଲାରେ ୯୨ ମି.ମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?