ବର୍ଷାରେ ବସଷ୍ଟାଣ୍ଡ ବେହାଲ

ବରଗଡ଼ ଅଫିସ,୨୦।୩: ବରଗଡ଼ ସହରର ମୁଖ୍ୟ ପେଣ୍ଠସ୍ଥଳୀରେ ରହିଛି ସରକାରୀ ବସଷ୍ଟାଣ୍ଡ। ଏହି ବସ୍‌ଷ୍ଟାଣ୍ଡରୁ ଜିଲା ସମେତ ଜିଲା ବାହାରକୁ ଅନେକ ସରକାରୀ ଯାତ୍ରୀବାହୀ ବସ୍‌ ଚଳାଚଳ ହେଉଛି। ଏଠାରୁ ସମ୍ବଲପୁରକୁ ସିଟି ବସ୍‌ ମଧ୍ୟ ଯିବାଆସିବା କରୁଛି। ତେବେ ସାମାନ୍ୟ ବର୍ଷା ହେଲେ ବସଷ୍ଟାଣ୍ଡ ଅବସ୍ଥା ବେହାଲ ହୋଇପଡୁଛି। ଗତ ଦୁଇଦିନ ହେଲା ବର୍ଷା ଯୋଗୁ ବରଗଡ଼ ସରକାରୀ ବସଷ୍ଟାଣ୍ଡ ଅବସ୍ଥା ଏଭଳି ହୋଇପଡିଛି। ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନ ଥିବା ଯୋଗୁ ଯାତ୍ରୀମାନଙ୍କୁ ହଟହଟା ହେବାକୁ ପଡୁଛି। ଏହା ଜାଣିବା ପରେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ସୋମବାର ସକାଳୁ ବସଷ୍ଟାଣ୍ଡକୁ ଯାଇଥିଲେ। ଏହାସହ ବସଷ୍ଟାଣ୍ଡ ପରିସରରେ ଜମି ରହିଥିବା ପାଣିକୁ ତୁରନ୍ତ ନିଷ୍କାସନ ପାଇଁ ପୌର ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସେଠାରୁ ପାଣି ନିଷ୍କାସନ ଆରମ୍ଭ ହୋଇଛି। ସେହିପରି ବସଷ୍ଟାଣ୍ଡ ପରିସରରେ ବନ୍ଦ ରହିଥିବା ଶୌଚାଳୟ ଚାଲୁ କରିବା ପାଇଁ ବିଧାୟକ ଆଚାର୍ଯ୍ୟ ବିଭାଗୀୟ କର୍ମଚାରୀଙ୍କ ସହିତ ଆଲୋଚନା କରିଥିଲେ। ଏଠାରେ ଯାତ୍ରୀ ପ୍ରତୀକ୍ଷାଳୟ ନିର୍ମାଣ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅନୁଦାନ ପାଣ୍ଠିରୁ ମିଳିଥିବା ୧୦ଲକ୍ଷ ଟଙ୍କାର ଠିକ୍‌ ବିନିଯୋଗ ଉପରେ ପଦକ୍ଷେପ ନେବା ପାଇଁ ବିଧାୟକ ଆଚାର୍ଯ୍ୟ ବସଷ୍ଟାଣ୍ଡ ଡିଟିଏମ୍‌ଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri