ସଂଗ୍ରାମୀ ସ୍ମୃତିବନରେ କାରଗିଲ ବିଜୟ ଦିବସ

ବରଗଡ,୨୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗା ବୈଷ୍ଣୋଦେବୀ ମନ୍ଦିର ନିକଟ ସଂଗ୍ରାମୀ ସ୍ମୃତିବନରେ ଶନିବାର କାରଗିଲ ବିଜୟ ଦିବସ ଓ ସଂଗ୍ରାମୀ ସ୍ମୃତିବନର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ବରଗଡ଼ ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାପିତ ସଂଗ୍ରାମୀ ସ୍ମୃତିବନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଂଘର ପୂର୍ବତନ ସଭାପତି ଶଙ୍କର ବଲ୍ଲଭ ମିଶ୍ର କେକ୍ କାଟି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ସଂଘର ସଭାପତି ସୁରେନ୍ଦ୍ର କୁମାର ହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସଂଘର ଉପସଭାପତି ବିରେନ୍ଦ୍ର ପ୍ରଧାନ, ସହ ସମ୍ପାଦକ ପ୍ରବୀଣ ସାହୁ, କୋଷାଧ୍ୟକ୍ଷ ବ୍ୟୋମକେଶ କର, ବରିଷ୍ଠ ସଭ୍ୟ ଅଶୋକ ମିଶ୍ର, ଉମେଶ ବିଶ୍ବାଳ, ଦିପକ ଶର୍ମା, ରବିନାରାୟଣ ପଣ୍ତା, ବଦ୍ରିପ୍ରସାଦ ସାହୁ, ଲଲାଟେନ୍ଦୁ ଦାଶ, ପ୍ରଦୀପ ପାଢ଼ୀ, ବିଜୟ କୁମାର ମିଶ୍ର ପ୍ରମୁଖ ଯୋଗଦାନ କରି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଗୋବିନ୍ଦପୁର ସରପଞ୍ଚ ପ୍ରଫୁଲ୍ଲ କୁମାର ନାଏକ ଓ ବଗେଇବିରା ଇଣ୍ଡିୟାନ ମିଲିଟାରୀ ଏକାଡ଼େମୀର ପ୍ରତିଷ୍ଠାତା ତଥା ସଭାପତି ପୁରନ୍ଦର ଭୋସାଗରଙ୍କ ସମେତ ଏକାଡ଼େମୀର ଛାତ୍ରମାନେ କାର୍ଯ୍ୟକ୍ରମରେ ସାମିଲ ହୋଇ ବରଗଡ଼ ସାମ୍ବାଦିକ ସଂଘର ଏଭଳି ନିଆରା ପ୍ରୟାସକୁ ପ୍ରଶଂସା କରିବା ସହିତ ସ୍ମୃତିବନରେ ରହିଥିବା ବୃକ୍ଷରାଜିର ଯତ୍ନ ନେଇଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟ, ଗତ ୨୦୨୨ ମସିହା ଜୁଲାଇ ମାସ ୨୬ ତାରିଖ କାରଗିଲ ବିଜୟ ଦିବସରେ ବରଗଡ ସାମ୍ବାଦିକ ସଂଘ ପକ୍ଷରୁ ଜିଲା ପ୍ରଶାସନ ତଥା ବନ ବିଭାଗ ସହଯୋଗରେ ସଂଗ୍ରାମୀ ସ୍ମୃତିବନ ସ୍ଥାପିତ ହୋଇଥିଲା। ଏହି ସ୍ମୃତିବନରେ ଜିଲାର ୧୫୩ ସ୍ଵାଧୀନତା ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ୧୫୩ଟି ବିଭିନ୍ନ କିସମର ଚାରାରୋପଣ ହୋଇଥିଲା। ସେହି ଚାରା ଗୁଡିକ ଏବେ ବଡ ହୋଇଛି ଏବଂ ସ୍ମୃତିବନର ବୃକ୍ଷରାଜିରେ ଶୋଭାବର୍ଦ୍ଧନ ହୋଇ ଅଞ୍ଚଳରେ ଭିନ୍ନ ଏକ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri