‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍ କ୍ଷମତା ବିଶିଷ୍ଟ ଏକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ କୁମାର ପୁରୋହିତ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ. ପି. ନଡ୍ଡାଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ।

ସେ ଚିଠିରେ ଲେଖିଛନ୍ତି, ବରଗଡ଼ ଜିଲା ତଥା ଜିଲାର ପଦମପୁର ଉପଖଣ୍ଡ ପଶ୍ଚିମ ଓଡ଼ିଶାର ସବୁଠାରୁ ପଛୁଆ ଏବଂ ଅନୁନ୍ନତ ଅଞ୍ଚଳ ମଧ୍ୟରୁ ଗୋଟିଏ । ଏହି ଜିଲା କୃଷି ପ୍ରଧାନ ଅଟେ । ତେବେ ବିଭିନ୍ନ ସମୟରେ ଜିଲାର ରୋଗୀମାନେ ଉନ୍ନତ ସ୍ୱାସ୍ଥ୍ୟସେବା ପାଇଁ ହଟହଟାର ସମ୍ମୁଖୀନ ହୁଅନ୍ତି।ଗୁରୁତର ରୋଗୀମାନଙ୍କୁ ସ୍ୱତନ୍ତ୍ର ଚିକିତ୍ସା ପାଇଁ କଟକ, ଭୁବନେଶ୍ୱର, ରାୟପୁର କିମ୍ବା ବିଶାଖାପାଟଣାକୁ ନେବାକୁ ପଡ଼ିଥାଏ। ଫଳରେ ରୋଗୀଙ୍କୁ ଆର୍ଥିକ ବୋଝ ହେବାକୁ ପଡ଼ିଥାଏ।

ସେହିପରି ଚିକିତ୍ସା ବିଳମ୍ବ ଯୋଗୁ ଜୀବନହାନି ଘଟିଥାଏ । ଅନ୍ୟପକ୍ଷରେ ବର୍ତ୍ତମାନ ଜିଲା ମୁଖ୍ୟ ହସ୍ପିଟାଲରେ ଆବଶ୍ୟକ ବିଶେଷଜ୍ଞ ଡାକ୍ତରଙ୍କ ଅଭାବ ରହିଛି। ପଦମପୁର, ଝାରବନ୍ଧ, ପାଇକମାଲ, ବିଜେପୁର, ଭଟଲି ଏବଂ ଅନେକ ସଂଲଗ୍ନ ବ୍ଲକର ଲୋକମାନେ ଏହି ହସ୍ପିଟାଲ ଉପରେ ସମ୍ପୂର୍ଣ୍ଣ ନିର୍ଭର କରନ୍ତି । ଏହି ଦୃଷ୍ଟିରୁ ବରଗଡ଼ ଜିଲା ହସ୍ପିଟାଲକୁ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରିବାକୁ ଏମ୍‌ପି ପୁରୋହିତ ଦାବି କରିଛନ୍ତି । ଏହା ସହିତ ଜିଲା ମୁଖ୍ୟ ହସ୍ପିଟାଲ କ୍ୟାମ୍ପସ ମଧ୍ୟରେ ୧୦୦ ଏମବିବିଏସ ସିଟ୍ ସହିତ ଏକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ନଡ୍ଡାଙ୍କୁ ସେ ଅନୁରୋଧ କରିଛନ୍ତି । ମେଡ଼ିକାଲ କଲେଜ ହେଲେ ଆଗାମୀ ଦଶନ୍ଧି ପାଇଁ ବିଶେଷଜ୍ଞ ଡାକ୍ତର ବାହାରିବେ ଏବଂ ଉନ୍ନତ ସ୍ୱାସ୍ଥ୍ୟ ସେବା ସୁନିଶ୍ଚିତ ହେବ ବୋଲି ପୁରୋହିତ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri