‘ଗନ୍ଧମାର୍ଦ୍ଧନ ପାହାଡ଼ରେ ହେବ ରୋପ୍ ୱେ ନିର୍ମାଣ’

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ଲୋକସେବା ଭବନରେ ବରଗଡ଼ର ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ୍ କରି ଗନ୍ଧମାର୍ଦ୍ଧନ ପର୍ଯ୍ୟଟନସ୍ଥଳୀର ବିକାଶ ଉପରେ ଆଲୋଚନା କରିଥିଲେ। ଆଲୋଚନାରେ ଗନ୍ଧମାର୍ଦ୍ଧନ ପାହାଡ଼ରେ ରୋପ୍ ୱେ ନିର୍ମାଣ ପ୍ରମୁଖ ପ୍ରସଙ୍ଗ ରହିଥିଲା । ଐତିହାସିକ ଓ ଧାର୍ମିକ ମହତ୍ତ୍ୱ ରଖୁଥିବା ଗନ୍ଧମାର୍ଦ୍ଧନ ପାହାଡ଼ର ପ୍ରାକୃତିକ ପରିବେଶ ପ୍ରତି ଆକୃଷ୍ଟ ହୋଇ ପ୍ରତିବର୍ଷ ଲକ୍ଷାଧିକ ସଂଖ୍ୟାରେ ତୀର୍ଥଯାତ୍ରୀ, ପର୍ଯ୍ୟଟକ ଓଡ଼ିଶା ଏବଂ ଅନ୍ୟରାଜ୍ୟରୁ ନୃସିଂହନାଥ ଓ ହରିଶଙ୍କରକୁ ଆସିଥାନ୍ତି। ଗନ୍ଧମାର୍ଦ୍ଧନର ଗୋଟିଏ ପଟେ ବରଗଡ଼ ଜିଲାର ନୃସିଂହନାଥରୁ ଅପର ପାର୍ଶ୍ଵରେ ଅବସ୍ଥିତ ବଲାଙ୍ଗିର ଜିଲାର ହରିଶଙ୍କର ପାହାଡ଼ ଉପରେ ପାଦଚ଼ଳା ରାସ୍ତାଦେଇ ଲୋକେ ଦୀର୍ଘ ୧୮ କିମି ଅତିକ୍ରମ କରିଥାନ୍ତି। ଏଠାରେ ରୋପ୍ ୱେ ନିର୍ମାଣ ହେଲେ ଏହି ଦୁଇ ତୀର୍ଥକ୍ଷେତ୍ର ଓ ପର୍ଯ୍ୟଟନସ୍ଥଳୀର ମହତ୍ତ୍ୱ ବଢ଼ିବା ସହ  ଅଧିକ ପର୍ଯ୍ୟଟକ ଆକୃଷ୍ଟ ହେବେ । ଏହାଦ୍ଵାରା ବାଣିଜ୍ୟ ବ୍ୟବସାୟରେ ଅଧିକ ନିଯୁକ୍ତି ସୃଷ୍ଟି ହେବ । ମୁଖ୍ୟମନ୍ତ୍ରୀ ମାଝୀ ରାଜ୍ୟ ସରକାର ଖୁବଶୀଘ୍ର ଏ ଦିଗରେ ପଦକ୍ଷପ ନେବେ ଏବଂ ଏହି କ୍ରମରେ ନୃସିଂହନାଥରୁ ହରିଶଙ୍କର ରୋପ୍ ୱେର ଡିପିଆର୍ ତୁରନ୍ତ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଏମ୍‌ପି  ପୁରୋହିତ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri