ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ ହେଲେ ବରଗଡ଼ ବିଧାୟକ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଧାନସଭା ସଚିବାଳୟ ପକ୍ଷରୁ ଗୁରୁବାର ବିଭିନ୍ନ ବିଭାଗର ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଓ ସଦସ୍ୟ ମାନଙ୍କୁ ନିଯୁକ୍ତ କରାଯାଇଛି। ଏଥିରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡଙ୍ଗୀଙ୍କୁ ଜଳ ସମ୍ପଦ, କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଏଥିପାଇଁ ବିଧାୟକ ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାଚସ୍ପତି ସୁରମା ପାଢ଼ୀ, ଉପ ମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରମୁଖଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି। ବରଗଡ଼ କୃଷି ପ୍ରଧାନ ଜିଲା ହୋଇଥିବାବେଳେ ସ୍ଥାନୀୟ ବିଧାୟକ ଷଡ଼ଙ୍ଗୀ ଏହି ବିଭାଗର ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିଯୁକ୍ତ ହୋଇଥିବା ଯୋଗୁ ସେ ଜିଲାର କୃଷି ଏବଂ କୃଷକଙ୍କ ବିକାଶକୁ ଅଧିକ ପ୍ରାଧାନ୍ୟ ଦେବେ ବୋଲି ଜିଲାବାସୀ ଆଶାବ୍ୟକ୍ତ କରିଛନ୍ତି। ସେହିପରି ବିଜେପୁର ବିଧାୟକ ସନତ କୁମାର ଗଡତୀୟା ଏହି କମିଟିରେ ସଦସ୍ୟ ନିଯୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri