ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ ଯାତ୍ରୀଙ୍କ ସୁବିଧାକୁ ନେଇ ସେ ଗୃହରେ କେତେକ ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି। ବରଗଡ଼ ଅଞ୍ଚଳରେ ଚାଲିଥିବା ୧୧୮ କିଲୋମିଟର ବିଶିଷ୍ଟ ନୂତନ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରି ଶୀଘ୍ର ଶେଷ କରିବାକୁ ସେ ଦାବି କରିଛନ୍ତି। ଅପରପକ୍ଷରେ ନୂତନ ଟ୍ରେନ ପ୍ରଚଳନ ପାଇଁ ବରଗଡ଼-ବଲାଙ୍ଗିରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ସକାଳ ସମୟରେ ଏକ ନୂତନ ଟ୍ରେନ୍‌ ଚଳାଇବା ପାଇଁ ସେ ସରକାରଙ୍କୁ ଅନୁରୋଧ କରିଛନ୍ତି। ଏତଦ୍‌ବ୍ୟତୀତ ପ୍ରତିଦିନ ୭ରୁ ୮ ଘଣ୍ଟା ବିଳମ୍ବରେ ଚାଲୁଥିବା ଇସ୍ପାତ ଏକ୍ସପ୍ରେସ୍‌ ଯୋଗୁ ଯାତ୍ରୀମାନେ ଅନେକ ହଇରାଣ ହେଉଛନ୍ତି। ଫଳରେ ଠିକ୍‌ ସମୟରେ ରେଳ ଚଳାଚଳ କରାଯିବାକୁ ସେ ଦାବି କରିବା ସହିତ ଏହାର ସମୟାନୁବର୍ତ୍ତିତା ଉପରେ ସରକାରଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଅଧାପନ୍ତରିଆ ଅଣ୍ଡର ବ୍ରିଜ ବେଲପାହାଡ଼ଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ରେଲୱେ ଅଣ୍ଡର ବ୍ରିଜ (ଆରୟୁବି) କାର୍ଯ୍ୟ ଅଧାରେ ଅଟକି ରହିଛି। ଏହାକୁ ତୁରନ୍ତ ସମ୍ପୂର୍ଣ୍ଣ କରିବାକୁ ଏମ୍‌ପି ପୁରୋହିତ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?