ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ ଏନେଇ ସ୍ଥାନୀୟ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଅରୁଣ ପାଣ୍ଡେଙ୍କ ବିରୋଧରେ ବରଗଡ଼ ଟାଉନ ଥାନାରେ ଏତଲା ଦେଇଥିବା ବେଳେ ଆମ ଆଦମୀ ପାର୍ଟି ଭିଜିଲାନ୍ସ ତଦନ୍ତ ଦାବି କରିଛି। ସେହିପରି କଂଗ୍ରେସ ଉଚ୍ଚସ୍ତରୀୟ ତଦନ୍ତ ଦାବି କରି ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି।

ଏହାରି ଭିତରେ ବରଗଡ଼ ଲୋକସଭା ସାଂସଦ(ଏମ୍‌ପି) ପ୍ରଦୀପ ପୁରୋହିତ ଏକ ବଡ଼ ବୟାନ ଦେଇଛନ୍ତି। ସେ ତୋରଣ ଭାଙ୍ଗିବା ଘଟଣାରେ ପି.ସି କାରବାର ନେଇ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ତୁମେ ଖାଇବ ପି.ସି, ଆଉ ବଦନାମ ହେବ ମୋହନ ମାଝୀଙ୍କ ସରକାର।

ସେ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀ ରାଜ୍ୟର ବିକାଶ ପାଇଁ ସବୁ କ୍ଷେତ୍ରକୁ ଗୁରୁତ୍ୱ ଦେଉଛନ୍ତି। ପର୍ଯ୍ୟାପ୍ତ ଅର୍ଥ ଯୋଗାଇ ଆସୁଛନ୍ତି। ଏହି କ୍ରମରେ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ମୁଖ୍ୟମନ୍ତ୍ରୀ କ୍ରମାଗତ ୨ଥର ଆସି ଧନୁଯାତ୍ରା ମହୋତ୍ସବକୁ ଆହୁରି ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ଘୋଷଣା ସହିତ ପର୍ଯ୍ୟାପ୍ତ ଅର୍ଥ ମଞ୍ଜୁର କରିଛନ୍ତି ।

ହେଲେ ୬ ମାସ ନ ବିତୁଣୁ କୋଟିଏରୁ ଉଦ୍ଧର୍‌ବ ଟଙ୍କାରେ ନିର୍ମିତ ଧନୁଯାତ୍ରା ସ୍ବାଗତ ତୋରଣ ଝଡବତାସରେ ଭାଙ୍ଗିଗଲା । ଏହାର ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଛି। ଫଳରେ ଏହାର ଭିଜିଲାନ୍ସ ତଦନ୍ତ ସହିତ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରି ଜେଲକୁ ପଠାଯାଉ ବୋଲି ପୁରୋହିତ କହିଛନ୍ତି। ଏ ନେଇ ସେ ମୁଖ୍ୟମନ୍ତ୍ରୀ, ବିଭାଗୀୟ ମନ୍ତ୍ରୀ ଏବଂ ସଚିବଙ୍କୁ ଲେଖି ଜଣାଇଥିବା ପୁରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri