ବରଗଡ଼ ଏସ୍‌ପିଙ୍କ ବଦଳି କରାଯାଉ: ଭାଜପା

ଭୁବନେଶ୍ବର, ୨୯ା୧୧(ବ୍ୟୁରୋ): ବିଜେଡି ଶାସନ କଳର ଅପବ୍ୟବହାର କରି ନିର୍ବାଚନ ବୈତରଣୀ ପାର ହେବାକୁ ଅନବରତ ପ୍ରଚେଷ୍ଟା ଜାରି ରଖିଛି। ପୋଲିସ ଓ ପ୍ରଶାସନକୁ ମଧ୍ୟ ବ୍ୟବହାର କରି ହିଂସାକାଣ୍ଡ ଭିଆଇବାକୁ ପଛାଉନାହିଁ। ପଦ୍ମପୁର ଉପନିର୍ବାଚନ ଜିତିବା ଲକ୍ଷ୍ୟରେ ଶାସକ ଦଳର ମନ୍ତ୍ରୀ, ବିଧାୟକ ଓ ନେତାମାନେ ହିଂସ୍ର ପାଲଟି ଯାଇଛନ୍ତି ା ଏହା ପଛରେ ବରଗଡ଼ ଏସ୍‌ପିଙ୍କ ହାତଥିବା ସନ୍ଦେହ କରାଯାଉଛି। ତେଣୁ ତୁରନ୍ତ ଏସ୍‌ପିଙ୍କୁ ଅନ୍ୟତ୍ର ବଦଳି କରିବାକୁ ଭାଜପା ଦାବି କରିଛି। ଭାଜପା ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସୋମବାର ସିଇଓଙ୍କୁ ଭେଟି ଏକ ଦାବିପତ୍ର ଦେଇଛନ୍ତି। ଏହା ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଙ୍ଘନ ବୋଲି ଅଭିଯୋଗ କରିଛନ୍ତି।
ଶାସକ ଦଳର ନେତା ଓ ମନ୍ତ୍ରୀଙ୍କ ଯୋଗୁ ପଦ୍ମପୁର ନିର୍ବାଚନମଣ୍ଡଳୀର ଲୋକେ ଅସୁରକ୍ଷିତ ମଣୁଛନ୍ତି। ଗତ ୨୭ ତାରିଖରେ କେନ୍ଦ୍ରମନ୍ତ୍ରୀ ପ୍ରଚାର କରୁଥିବାବେଳେ ଜଣେ କାର୍ଯ୍ୟରତ ପୋଲିସ କର୍ମଚାରୀ ଲୁଚି ଲୁଚି ଭିଡିଓ ଶୁଟିଂ କରୁଥିଲେ। ଏତିକିବେଳେ କେନ୍ଦ୍ରମନ୍ତ୍ରୀଙ୍କ ସୁରକ୍ଷାକର୍ମୀ ଓ ଭାଜପା କର୍ମୀ ପଚାରିବାରୁ ପୋଲିସ ଜଣକ ମୋବାଇଲ ଏବଂ ଆଇକାର୍ଡ ଫିଙ୍ଗି ଛୁ ମାରିଥିଲେ। ଏହାପରେ କେନ୍ଦ୍ରମନ୍ତ୍ରୀଙ୍କ ସୁରକ୍ଷା କର୍ମୀମାନେ ଆଇକାର୍ଡକୁ ଯାଞ୍ଚ କରିବା ପରେ ସେ ଜଣେ ସିଆଇଡି ଅଫିସର ବୋଲି ଜାଣିବାକୁ ପାଇଥିଲେ। ତାଙ୍କ ଆଇକାର୍ଡରେ ଭୋଜରାଜ ଦାଶ ବୋଲି ନାମ ଲେଖା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri