ବରଗଡ଼ ଏସ୍‌ପିଙ୍କ ବଦଳି କରାଯାଉ: ଭାଜପା

ଭୁବନେଶ୍ବର, ୨୯ା୧୧(ବ୍ୟୁରୋ): ବିଜେଡି ଶାସନ କଳର ଅପବ୍ୟବହାର କରି ନିର୍ବାଚନ ବୈତରଣୀ ପାର ହେବାକୁ ଅନବରତ ପ୍ରଚେଷ୍ଟା ଜାରି ରଖିଛି। ପୋଲିସ ଓ ପ୍ରଶାସନକୁ ମଧ୍ୟ ବ୍ୟବହାର କରି ହିଂସାକାଣ୍ଡ ଭିଆଇବାକୁ ପଛାଉନାହିଁ। ପଦ୍ମପୁର ଉପନିର୍ବାଚନ ଜିତିବା ଲକ୍ଷ୍ୟରେ ଶାସକ ଦଳର ମନ୍ତ୍ରୀ, ବିଧାୟକ ଓ ନେତାମାନେ ହିଂସ୍ର ପାଲଟି ଯାଇଛନ୍ତି ା ଏହା ପଛରେ ବରଗଡ଼ ଏସ୍‌ପିଙ୍କ ହାତଥିବା ସନ୍ଦେହ କରାଯାଉଛି। ତେଣୁ ତୁରନ୍ତ ଏସ୍‌ପିଙ୍କୁ ଅନ୍ୟତ୍ର ବଦଳି କରିବାକୁ ଭାଜପା ଦାବି କରିଛି। ଭାଜପା ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସୋମବାର ସିଇଓଙ୍କୁ ଭେଟି ଏକ ଦାବିପତ୍ର ଦେଇଛନ୍ତି। ଏହା ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଙ୍ଘନ ବୋଲି ଅଭିଯୋଗ କରିଛନ୍ତି।
ଶାସକ ଦଳର ନେତା ଓ ମନ୍ତ୍ରୀଙ୍କ ଯୋଗୁ ପଦ୍ମପୁର ନିର୍ବାଚନମଣ୍ଡଳୀର ଲୋକେ ଅସୁରକ୍ଷିତ ମଣୁଛନ୍ତି। ଗତ ୨୭ ତାରିଖରେ କେନ୍ଦ୍ରମନ୍ତ୍ରୀ ପ୍ରଚାର କରୁଥିବାବେଳେ ଜଣେ କାର୍ଯ୍ୟରତ ପୋଲିସ କର୍ମଚାରୀ ଲୁଚି ଲୁଚି ଭିଡିଓ ଶୁଟିଂ କରୁଥିଲେ। ଏତିକିବେଳେ କେନ୍ଦ୍ରମନ୍ତ୍ରୀଙ୍କ ସୁରକ୍ଷାକର୍ମୀ ଓ ଭାଜପା କର୍ମୀ ପଚାରିବାରୁ ପୋଲିସ ଜଣକ ମୋବାଇଲ ଏବଂ ଆଇକାର୍ଡ ଫିଙ୍ଗି ଛୁ ମାରିଥିଲେ। ଏହାପରେ କେନ୍ଦ୍ରମନ୍ତ୍ରୀଙ୍କ ସୁରକ୍ଷା କର୍ମୀମାନେ ଆଇକାର୍ଡକୁ ଯାଞ୍ଚ କରିବା ପରେ ସେ ଜଣେ ସିଆଇଡି ଅଫିସର ବୋଲି ଜାଣିବାକୁ ପାଇଥିଲେ। ତାଙ୍କ ଆଇକାର୍ଡରେ ଭୋଜରାଜ ଦାଶ ବୋଲି ନାମ ଲେଖା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri