ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ ଘଟଣା ହୋଇପଡ଼ିଛି। ସେହିପରି ଶଯ୍ୟା ଅଭାବ, ରୋଗୀଙ୍କୁ ସାଲାଇନ ଦେବାରେ ଅବ୍ୟବସ୍ଥା ମଧ୍ୟ ସାମ୍ନାକୁ ଆସିଛି।

ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅବ୍ୟବସ୍ଥାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ର ଏକଦା ଜିଲା ମୁଖ୍ୟ ଚିକିତ୍ସାଳୟ ଥିଲା। ତେବେ ସହର ଉପକଣ୍ଠ ଖେଦାପାଲିକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହେବା ପରେ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ର ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ ହୋଇଛି।

ତେବେ ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ ହେବା ପରେ ଏଠାରେ ସମସ୍ୟା ବହୁଗୁଣିତ ହୋଇପଡ଼ିଛି। ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ରୋଗୀଙ୍କୁ ଶଯ୍ୟା ମିଳୁ ନାହିଁ। ଫଳରେ ସ୍ବାସ୍ଥ୍ୟକେନ୍ଦ୍ର ଚଟାଣରେ ରୋଗିଙ୍କ ଚିକିତ୍ସା ଚାଲିଛି। ସେହିପରି ସାଲାଇନ ଦେବା ପାଇଁ ଷ୍ଟାଣ୍ଡର ଅଭାବ ମଧ୍ୟ ରହିଛି। ଫଳରେ ରୋଗୀଙ୍କୁ ସାଲାଇନ ଦେବା ସମୟରେ ହାତରେ ସାଲାଇନ ଧରି ରୋଗୀଙ୍କ ସମ୍ପର୍କୀୟଙ୍କୁ ଛିଡ଼ା ହୋଇ ରହିବାକୁ ପଡ଼ୁଛି। କେବଳ ସେତିକି ନୁହେଁ, ବିଭିନ୍ନ ପରୀକ୍ଷା ପାଇଁ ରୋଗୀଙ୍କୁ ବାହାରକୁ ଯାଇ ଖର୍ଚ୍ଚାନ୍ତ ହେବାକୁ ପଡ଼ୁଛି। ତେବେ ବର୍ତ୍ତମାନ ତାତି, ଗ୍ରୀଷ୍ମ ପ୍ରବାହ ବଢ଼ି ଚାଲିଥିବା ବେଳେ ସହର ମଧ୍ୟରେ ରହିଥିବା ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅବ୍ୟବସ୍ଥା ସ୍ବାସ୍ଥ୍ୟ ବିଭାଗର ଅପାରଗତାକୁ ପଦାରେ ପକାଇ ଦେଇଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri