୮ ଘଣ୍ଟା ବନ୍ଦ ରହିଲା ବରଗଡ଼

ବରଗଡ଼ ଅଫିସ୍‌,୧।୧୧: ବରଗଡ଼ ସହର ଉପକଣ୍ଠ ତୋରା ଗ୍ରାମର ଗୋବିନ୍ଦ କୁମ୍ଭାରଙ୍କ ପୋଲିସ ହେପାଜତରେ ମୃତ୍ୟୁ ଏବଂ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗ ସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ସୋମବାର ବରଗଡ଼ ଜିଲାରେ ଭାଜପା ପକ୍ଷରୁ ୮ ଘଣ୍ଟିଆ ବନ୍ଦ ପାଳିତ ହୋଇଛି। ବନ୍ଦ ବେଳେ ଗୋବିନ୍ଦ ମୃତ୍ୟୁ ମାମଲାରେ ଅଭିଯୁକ୍ତ ପୋଲିସ କର୍ମଚାରୀଙ୍କୁ ଗିରଫ, ମମିତା ହତ୍ୟା ମାମଲାରେ ଗୃହ ରାମଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଏବଂ ମୃତକଙ୍କ ପରିବାର ଲୋକଙ୍କୁ ସରକାରୀ ସହାୟତା ପାଇଁ ଦାବି କରାଯାଇଥିଲା। ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବରଗଡ଼ ସହର ସମେତ ଜିଲାର ବିଭିନ୍ନ ସ୍ଥାନରେ ଦୋକାନ, ବଜାର, ସରକାରୀ, ବେସରକାରୀ ଦପ୍ତର, ଗାଡ଼ି ଚଳାଚଳ ବନ୍ଦ ରହିଥିଲା। ବନ୍ଦ ପାଳନ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ ଫୋର୍ସ ମୁତୟନ ହୋଇଥିଲେ।

ବରଗଡ଼ ଗାନ୍ଧୀଛକରେ ଭାଜପା ଜିଲା ସଭାପତି ଅଶ୍ୱିନୀ ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ରାସ୍ତା ଅବରୋଧ କରିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ, ପୂର୍ବତନ ଜିଲା ସଭାପତି ଡା. ଅରୂପାନନ୍ଦ ସାହୁ, ସୁବ୍ରତ ହୋତା, ଜିଲା ଯୁବମୋର୍ଚ୍ଚା ସଭାପତି ଅମିତ ପଣ୍ଡାଙ୍କ ସମେତ ଦଳୀୟ ନେତାମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri