ଜଙ୍ଗଲକୁ ଯାଇଥିବାବେଳେ ଆକ୍ରମଣ କଲା ବାର୍‌ହା: ଜଣେ ଗୁରୁତର, ଏକାଧିକ ଆହତ

ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): ଜଙ୍ଗଲକୁ ଯାଇଥିବାବେଳେ ବାର୍‌ହା ଆକ୍ରମଣରେ ଜଣେ ଗୁରୁତର ହୋଇଥିବାବେଳେ ଏକାଧିକ ବ୍ୟକ୍ତି ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତର ବ୍ୟକ୍ତି ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଲାଦାମାଲା ଗ୍ରାମର ମନୋଜ ପ୍ରଧାନ। ଗୁରୁତର ମନୋଜଙ୍କୁ ପ୍ରଥମେ ଦାରିଙ୍ଗବାଡ଼ି ଓ ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ମନୋଜଙ୍କ ପରିବାର କହିବାନୁଯାୟୀ, ସେ ନିଜ ଗାଁ ନିକଟ ଜଙ୍ଗଲରେ କାଠ ସଂଗ୍ରହ ପାଇଁ ଯାଇଥିଲେ। ସେଠାରେ ସେ କାର୍ଯ୍ୟରତ ଥିବା ସମୟରେ ହଠାତ ବାର୍‌ହାଟି ମନୋଜଙ୍କୁ ଆକ୍ରମଣ କରିଥିଲା। ସେ ଦୌଡ଼ି ଆସିଥିବା ବେଳେ କିଛି ଗ୍ରାମବାସୀ ଉକ୍ତ ବାର୍‌ହାକୁ ଘଉଡ଼ାଇବାକୁ ଚେଷ୍ଟା କରିଥିଲେ ସେହି ସମୟରେ ସେମାନେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ ବୋଲି କୁହାଯାଉଛି। କିନ୍ତୁ ଏ ସମ୍ପର୍କରେ ଗାଁରେ ଅନ୍ୟକିଛି ଆଲୋଚନା ହେଉଛି ପ୍ରକୃତରେ ସେମାନେ କୁଆଡ଼େ ଶିକାର କରିବାକୁ ଯାଇ ବାର୍‌ହାକୁ ଆକ୍ରମଣ କରିଥିଲେ। ଏହି ସମୟରେ ଘାଇଲା ବାର୍‌ହାଟି ପାଲଟା ଲୋକଙ୍କୁ ଆକ୍ରମଣ କରିଥିଲା ଓ ପରେ ବାର୍‌ହାକୁ ମାରିଦିଆଯାଇଥିବା ନେଇ ଆଲୋଚନା ହେଉଛ।

ଏନେଇ ସିମନବାଡ଼ି ବନପାଳ ବନିତା ପ୍ରଧାନ କହିଛନ୍ତି, ସେ ଏ ସମ୍ପର୍କରେ ଶନିବାର ଖବର ପାଇ ତଦନ୍ତ ଆରମ୍ଭ କରିଛନ୍ତି। ପ୍ରକୃତ ଘଟଣା ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ହୋଇ ନ ଥିବା ସେ କହିଛନ୍ତ। ସିମନବାଡ଼ି ଓ ତାର ଆଖପାଖ ଅଞ୍ଚଳରେ ଜଙ୍ଗଲରେ ଏକାଧିକ ବାର୍‌ହା ରହୁଥିବାରୁ ଅଞ୍ଚଳବାସୀ ଜଙ୍ଗଲକୁ ଯିବାକୁ ଭୟ କରୁଛନ୍ତି। ମନୋଜଙ୍କ ଭଳି ଆଉ କିଏ ଏଭଳି ବାର୍‌ହା ଆକ୍ରମଣରେ ଯେମିତି ଶିକାର ନ ହେବେ ସେନେଇ ବନବିଭାଗ ଲୋକଙ୍କୁ ସଚେତନ କରିବା ସହ ଜଙ୍ଗଲୀ ବାର୍‌ହାଙ୍କ ଜୀବନ ମଧ୍ୟ ଯେମିତି କ୍ଷତି ହେବନି ସେନେଇ ବନ ବିଭାଗ ଗୁରୁତ୍ୱ ଦେବାକୁ ସାଧାରଣରେ ଦାବି ହୋଇଛି। ବାଲିଗୁଡ଼ା ଡିଏଫ୍‌ଓ ବିଶ୍ୱରାଜ ପଣ୍ଡା କହିଛନ୍ତି, ତାଙ୍କ ନିକଟରେ କୌଣସି ଅଫିସିଆଲ ରିପୋର୍ଟ ଆସିନାହିଁ, ଆସିଲେ ତଦନ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri