ବାର୍‌ହା ଶିକାର କରି ଚାଲିଥିଲା ମାଂସ ଭାଗବଣ୍ଟା: ମାଡ଼ିବସିଲା ବନ ବିଭାଗ

କେସିଙ୍ଗା,୨୭।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବନଖଣ୍ଡ ଅଞ୍ଚଳରେ ବାର୍‌ହା ଶିକାର କରି ମାଂସ ଭାଗବଣ୍ଟା ଚାଲିଥିବା ସମଯରେ ବନ ବିଭାଗ ଚଢ଼ଉ କରି ୩ ଜଣ ଶିକାରୀଙ୍କୁ ଗିରଫ କରିଛି। ସେମାନ ଙ୍କଠାରୁ ପ୍ରାୟ ୧ କ୍ୱିଣ୍ଟାଲ ବାର୍‌ହା ମାଂସ ଓ ୨ଟି ବାଇକ ଜବତ କରାଯାଇଛି।

ବିଭାଗୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, କେସିଙ୍ଗା ବଜ୍ରଗଡ଼ ଜଙ୍ଗଲ ଭିତରେ ଥିବା ସିଂଝରନ-ଟାପରଙ୍ଗ ରାସ୍ତାରେ ବାର୍ହା ମାରି ମାଂସ ଭାଗବଣ୍ଟା କରାଯାଉଥିବା ଖବରବିଶେଷ ସୂତ୍ରରୁ ମିଳିବା ପରେ ଅତିରିକ୍ତ ବନ ସଂରକ୍ଷକ ପ୍ରଭାତୀ ସେଠଙ୍କ ନେତୃତ୍ୱରେ ବନ ବିଭାଗର ଏକ ଦଳ ଚଢାଉ କରିଥିଲେ। ଘଟଣା ସ୍ଥଳରୁ ପାଖାପାଖ ୧ କ୍ୱିଣ୍ଟାଲ ବାରହା ମାଂସ ଜବତ କରାଯାଇଛି। ଘଟଣା ସ୍ଥଳରେ ୩ ଜଣ ଶିକାରୀଙ୍କୁ କାବୁ କରାଯାଇଥିଲା। ଧରା ପଡ଼ିଥିବା ଅଭିଯୁକ୍ତମାନେ ହେଉଛନ୍ତି ସିଂ ଝରନ ଗାଁର ଉମାକାନ୍ତ ମାଝୀ, ଶ୍ରୀଧର ମାଝୀ ଓ ପଲସାପଡ଼ା ଗାଁର ବେଣୁ ମାଝୀ। ଏମାନଙ୍କ ପାଖରୁ ୨ଟି ବାଇକ ମଧ୍ୟ ଜବତ ହୋଇଛି। ଏହି ଘଟଣାରେ ସଂପୃକ୍ତ ଥିବା ଶିକାରୀମାନେ ଫେରାର ଥିବା ଅତିରିକ୍ତ ବନ ସଂରକ୍ଷକ କହିଛନ୍ତି। ଜବତ ବାର୍‌ହା ମାଂସକୁ କେସିଙ୍ଗା ପ୍ରାଣୀ ଚିକିତ୍ସାଳୟକୁ ନେଇ ବ୍ୟବଚ୍ଛେଦ କରାଯାଇଥିବା ପ୍ରାଣୀ ଚିକିତ୍ସା ଅଧିକାରୀ ଆଭାମଞ୍ଜରୀ ନାୟକ ପ୍ରକାଶ କରିଛନ୍ତି। ଏହି ଘଟଣାରେ ବନ ବିଭାଗର ଫରେଷ୍ଟର ଯଶୋବନ୍ତ ନାଏକଙ୍କ ସମେତ ବହୁ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri