ବାର୍‌ହା ଶିକାର କରି ବିକୁଥିଲେ ମାଂସ

ଝାରସୁଗୁଡ଼ା ଅଫିସ,୩୦।୯: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ କଣ୍ଢେଇକେଲା ଅଞ୍ଚଳରେ ବାର୍‌ହା ଶିକାର କରି ମାଂସ ବିକ୍ରି କରୁଥିବା ବେଳେ ୩ ଜଣ ଶିକାରୀଙ୍କୁ ବନ ବିଭାଗ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ମୁରଲିପାଲି ଗ୍ରାମର ଶୁଶୀଲ ଭୋଇ (୨୨), ସରେଇପାଲି ଗ୍ରାମର ଚନ୍ଦ୍ରଶେଖର କାଲୋ(୪୭) ଓ କଣ୍ଢେଇକେଲା ଗ୍ରାମର ଦନାର୍ଦ୍ଦନ ଭୋଇ (୩୯)। ଅନ୍ୟ ଜଣେ ଫେରାର ଥିବା ବେଲପାହାଡ଼ ବନାଞ୍ଚଳ ଅଧିକାରୀ ସୁବାସ ଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, କଣ୍ଢେଇକେଲା ଅଞ୍ଚଳରେ ୧୧ କେଭି ବିଦ୍ୟୁତ୍‌ ତାର ବିଛାଇ ଏକ ବାର୍‌ହା ଶିକାର କରାଯାଇଥିଲା। ପରେ ବାର୍‌ହାକୁ କାଟି ଏକ ପୋଖରୀ ହୁଡ଼ାରେ ମାଂସ କରି ବିକ୍ରି କରୁଥିଲେ। କୌଣସି ସୂତ୍ରରୁ ବନାଞ୍ଚଳ ଅଧିକାରୀ ଘଟଣା ସମ୍ପର୍କରେ ଖବର ପାଇଥିଲେ। ତାଙ୍କ ନିର୍ଦ୍ଦେଶ କ୍ରମେ କନକତୋରା ବନପାଳ ଡୋଳାମଣି ନାଏକ, ବେଲପାହାଡ଼ ବନପାଳ ପ୍ରଦୀପ ନାଏକ, ଲଖନପୁର ବନପାଳ ସୁନୀଲ ଭୋଇଙ୍କ ସମେତ ଏକ ଟିମ୍‌ ଚଢାଉ କରିଥିଲେ। ଚଢାଉ ବେଳେ ଅଧିକାରୀମାନେ ବାର୍‌ହା ମାଂସ ଗୋଟ ଆଦି ଜବତ କରି ୩ ଜଣଙ୍କୁ ଧରିବାରେ ସଫଳ ହୋଇଥିଲେ। ବନ ବିଭାଗ ଏକ ମାମଲା(ନଂ.୧୨୪/୨୧) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri