ଚିତ୍ରକଳା ପ୍ରତିଯୋଗିତାରେ ବାରିପଦାର ମାନସ ଶ୍ରେଷ୍ଠ

ବାରିପଦା ଅଫିସ,୧୬।୪ ବିଶ୍ୱ କଳା ଦିବସ ଅବସରରେ ଅନ୍‌ଲାଇନ ଆର୍ଟ ସୋ ଉତ୍ସବର ୫ମ ଅନ୍ତର୍ଜାତୀୟ ‘ଧଉଳୀ ଅନ୍‌ଲାଇନ ଆର୍ଟ ଫେଷ୍ଟ-୨୦୨୨’ ପ୍ରଦର୍ଶନୀରେ ମୟୂରଭଞ୍ଜ ଜିଲାକୁ ସଫଳତା ମିଳିଛି। କୃତୀତ୍ୱ ଅର୍ଜନ କରିଥିବା ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରୁ ବାରିପଦାର ମାନସ ରଞ୍ଜନ ପତି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ତୂଳୀରୁ ସୃଷ୍ଟି ହୋଇଥିବା ଜୀବନ୍ତ ଚିତ୍ରକଳା ଅନ୍ତର୍ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଛି। ଚିତ୍ରକଳାର ଟାଇଟଲ୍‌ ‘ଡେଭଲପ୍‌ମେଣ୍ଟ ଆଣ୍ଡ ରିକ୍ୱାରମେଣ୍ଟ’ ସମ୍ପର୍କିତ ବିଷୟ ବସ୍ତୁ ସମାଜକୁ ବାର୍ତ୍ତା ଯୋଗାଉଥିବା ଦେଖି ବିଚାରକମାନେ ପ୍ରଶଂସା କରି ପ୍ରଦର୍ଶନୀରେ ସ୍ଥାନିତ କରିଛନ୍ତି। ଏହି ପ୍ରଦର୍ଶନୀ ମେଳା ଭୁବନେଶ୍ୱର ସ୍ଥିତ ଧଉଳୀ କଲେଜର ଆର୍ଟ ଆଣ୍ଡ କ୍ରାଫ୍ଟ ପକ୍ଷରୁ ଆୟୋଜନ କରାଯାଇଛି। ଏହା ଏପ୍ରିଲ ୧୫ରୁ ଆରମ୍ଭ ହୋଇ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। ଅନ୍ତର୍ଜାତୀୟ ସ୍ତରରେ ମୋଟ ୧୨୯ଜଣ ପ୍ରତିେଯୋଗୀଙ୍କ ଚିତ୍ରକଳାକୁ ସଂଗ୍ରହ କରାଯାଇ ଶ୍ରେଷ୍ଠ ୧୦ଜଣଙ୍କୁ ମନୋନୀତ କରାଯାଇଛି। ଦେଶ ବିଦେଶର କଳାକାରମାନେ ଏହି ଚିତ୍ରକଳାକୁ ଦେଖିବା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଏହାକୁ ପ୍ରଦର୍ଶିତ କରାଯିବ। ମୟୂରଭଞ୍ଜର କଳା ଓ ସଂସ୍କୃତି ବିଶ୍ୱ ପ୍ରସିଦ୍ଧ ହୋଇଥିବା ବେଳେ ମାନସଙ୍କ ଚିତ୍ରକଳା ଜିଲାକୁ ବେଶ୍‌ ପରିଚିତ କରିପାରିଛି ବୋଲି ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri