ଚିତ୍ରକଳା ପ୍ରତିଯୋଗିତାରେ ବାରିପଦାର ମାନସ ଶ୍ରେଷ୍ଠ

ବାରିପଦା ଅଫିସ,୧୬।୪ ବିଶ୍ୱ କଳା ଦିବସ ଅବସରରେ ଅନ୍‌ଲାଇନ ଆର୍ଟ ସୋ ଉତ୍ସବର ୫ମ ଅନ୍ତର୍ଜାତୀୟ ‘ଧଉଳୀ ଅନ୍‌ଲାଇନ ଆର୍ଟ ଫେଷ୍ଟ-୨୦୨୨’ ପ୍ରଦର୍ଶନୀରେ ମୟୂରଭଞ୍ଜ ଜିଲାକୁ ସଫଳତା ମିଳିଛି। କୃତୀତ୍ୱ ଅର୍ଜନ କରିଥିବା ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରୁ ବାରିପଦାର ମାନସ ରଞ୍ଜନ ପତି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ତୂଳୀରୁ ସୃଷ୍ଟି ହୋଇଥିବା ଜୀବନ୍ତ ଚିତ୍ରକଳା ଅନ୍ତର୍ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଛି। ଚିତ୍ରକଳାର ଟାଇଟଲ୍‌ ‘ଡେଭଲପ୍‌ମେଣ୍ଟ ଆଣ୍ଡ ରିକ୍ୱାରମେଣ୍ଟ’ ସମ୍ପର୍କିତ ବିଷୟ ବସ୍ତୁ ସମାଜକୁ ବାର୍ତ୍ତା ଯୋଗାଉଥିବା ଦେଖି ବିଚାରକମାନେ ପ୍ରଶଂସା କରି ପ୍ରଦର୍ଶନୀରେ ସ୍ଥାନିତ କରିଛନ୍ତି। ଏହି ପ୍ରଦର୍ଶନୀ ମେଳା ଭୁବନେଶ୍ୱର ସ୍ଥିତ ଧଉଳୀ କଲେଜର ଆର୍ଟ ଆଣ୍ଡ କ୍ରାଫ୍ଟ ପକ୍ଷରୁ ଆୟୋଜନ କରାଯାଇଛି। ଏହା ଏପ୍ରିଲ ୧୫ରୁ ଆରମ୍ଭ ହୋଇ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। ଅନ୍ତର୍ଜାତୀୟ ସ୍ତରରେ ମୋଟ ୧୨୯ଜଣ ପ୍ରତିେଯୋଗୀଙ୍କ ଚିତ୍ରକଳାକୁ ସଂଗ୍ରହ କରାଯାଇ ଶ୍ରେଷ୍ଠ ୧୦ଜଣଙ୍କୁ ମନୋନୀତ କରାଯାଇଛି। ଦେଶ ବିଦେଶର କଳାକାରମାନେ ଏହି ଚିତ୍ରକଳାକୁ ଦେଖିବା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଏହାକୁ ପ୍ରଦର୍ଶିତ କରାଯିବ। ମୟୂରଭଞ୍ଜର କଳା ଓ ସଂସ୍କୃତି ବିଶ୍ୱ ପ୍ରସିଦ୍ଧ ହୋଇଥିବା ବେଳେ ମାନସଙ୍କ ଚିତ୍ରକଳା ଜିଲାକୁ ବେଶ୍‌ ପରିଚିତ କରିପାରିଛି ବୋଲି ଅଞ୍ଚଳବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri