ବାରିପଦା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର

ଭୁବନେଶ୍ୱର, ୨୨।୪(ଅସମାପିକା ସାହୁ)”ପ୍ରବଳ ଗରମ ସହ ଗୁଳୁଗୁଳି ଜାରି ରହିଥିବାବେଳେ ରବିବାର ଦ୍ୱିତୀୟ ଦିନ ପାଇଁ ବାରିପଦା ରାଜ୍ୟର ପ୍ରଥମ ଓ ଦେଶର ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିଲା। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ ଡିଗ୍ରୀ ସେଲସିୟସ ରହିଥିଲା। ସେହିଭଳି ୩୦ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବାବେଳେ ୯ ସହରରେ ପାରଦ ୪୩ ଡିଗ୍ରୀ ପାର୍‌ କରିଥିଲା। ଆଉ ଗୋଟିଏ ଦିନ ଏଭଳି ସ୍ଥିତି ଲାଗିବ ରହିବ ଓ ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନର ସମ୍ଭାବନା ରହିଛି। ହେଲେ ୨୫ ତାରିଖରୁ ପୁଣି ତାତି ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର ନୂଆପଡ଼ାରେ ୪୪, ତାଳଚେର ୪୩.୮, ଝାରସୁଗୁଡ଼ା ଓ କେନ୍ଦୁଝରରେ ୪୩.୬, ଅନୁଗୋଳ ୪୩.୩, ବଲାଙ୍ଗୀର ୪୩.୨, ସୁନ୍ଦରଗଡ଼ ଓ ବୌଦ୍ଧରେ ୪୩, ଢେଙ୍କାନାଳ ୪୨.୯, ଟିଟିଲାଗଡ଼ ୪୨.୫, ରାଉରକେଲା ୪୨.୧, ଭବାନୀପାଟଣା ଓ ନୟାଗଡ଼ରେ ୪୨, ଚାନ୍ଦବାଲି ଓ ହୀରାକୁଦରେ ୪୧.୯, ଭଦ୍ରକ ୪୧.୮, ସମ୍ବଲପୁର ଓ ମାଲକାନଗିରିରେ ୪୧.୭, କଟକ ଓ ଭୁବନେଶ୍ୱରରେ ୪୧.୬, ପାରଳାଖେମୁଣ୍ଡି ଓ ଯାଜପୁରରେ ୪୧, ଫୁଲବାଣୀ, ସୋନପୁର, ବରଗଡ଼ ଓ କେନ୍ଦ୍ରାପଡ଼ାରେ ୪୦.୮, ବାଲେଶ୍ୱର ଓ ଖୋର୍ଦ୍ଧାରେ ୪୦.୫ ଏବଂ ଜଗତ୍‌ସିଂହପୁରରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ପୂର୍ବାନୁମାନ ଅନୁଯାୟୀ, ସୋମବାର ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ନୟାଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ପରବର୍ତ୍ତୀ ତିନିଦିନ ରାଜ୍ୟରେ ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ରହିବାର ସମ୍ଭାବନା ରହିଥିବା ବେଳେ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି। ତେବେ ୨୫ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେପଟେ ଶନିବାର ରାତିରୁ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା। କୋରାପୁଟର କୋଟପାଡ଼ରେ ସର୍ବାଧିକ ୧୧୨ ମିମି ବର୍ଷା ହୋଇଥିବା ବେଳେ ରାୟଗଡ଼ାର କୋଲନରାରେ ୨୪.୪, ରାୟଗଡ଼ାରେ ୨୦.୨, ରାୟଗଡ଼ା(ପିଟିଓ) ୧୫.୮, କଳାହାଣ୍ଡିର ଜାଇପାଟଣାଠାରେ ୧୨ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?