ବାରିପଦା, ଝାରସୁଗୁଡ଼ାରେ ୪୪ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର,୧୮ା୪(ବ୍ୟୁରୋ)-ଗତ କିଛିଦିନ ହେବ ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ଆଉଟୁପାଉଟୁ ହେଉଛି। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଉପକୂଳଠାରୁ ଉପାନ୍ତ ସବୁଠି ତାତିର ପ୍ରକୋପ ପରିବେଶକୁ ଉତ୍ତପ୍ତ କରିଛି । ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହୁଛିି। ଆସନ୍ତା ୨୨ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ। ରାଜ୍ୟର ୨୮ଟି ସହର ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ମଙ୍ଗଳବାର ବାରିପଦା ଏବଂ ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୪ଡିଗ୍ରୀ ସେଲ୍‌ସିୟସକୁ ଟପି ଯାଇଛି। ବାରିପଦାରେ ସର୍ବୋଚ୍ଚ ତାପମାତ୍ରା ୪୪.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୪.୨ , ବଲାଙ୍ଗୀର ୪୩.୭, ବୌଦ୍ଧ ୪୩.୭, ନୂଆପଡ଼ା ୪୩.୬, ଟିଟିଲାଗଡ଼ ୪୩.୨, ସୋନପୁର ୪୩.୨, ଅନୁଗୋଳ ୪୩.୧, ସମ୍ବଲପୁର ୪୩, ତାଳଚେର ୪୨.୮, ଭୁବନେଶ୍ୱର ୪୨.୭, କଟକ ୪୨.୫, ଭବାନୀପାଟଣା ୪୨.୫, ରାଉରକେଲା ୪୨.୪, ଢେଙ୍କାନାଳ ୪୨, ଯାଜପୁର ୪୨, ହୀରାକୁଦ ୪୧.୬, ଜଗତ୍‌ସିଂହପୁର ୪୧.୫, ପାରଳାମେମୁଣ୍ଡି ୪୧.୪, ଚାନ୍ଦବାଲି ୪୧.୩, ଦେବଗଡ଼ ୪୧.୩, କେନ୍ଦ୍ରାପଡ଼ା ୪୧.୨, କେନ୍ଦୁଝର ୪୧.୨, ନୟାଗଡ ୪୧, ଭଦ୍ରକ ୪୧, ମାଲକାନଗିରି ୪୦, ବରଗଡ ୪୦.୫ ଏବଂ ଖୋର୍ଦ୍ଧାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri