ବାରିପଦା-ପୁରୀ ଓଏସ୍‌ଆର୍‌ଟିସି ବସ୍‌ ଚଳାଚଳ ଦାବି

ବାରିପଦା ଅଫିସ,୨୫ା୨: ମୟୂରଭଞ୍ଜ ଜିଲାକୁ ପର୍ଯ୍ୟଟକଙ୍କ ଗମନାଗମନ ନିମନ୍ତେ ସିଧାସଳଖ ବାଙ୍ଗରିପୋଷିରୁ ପୁରୀ ଶ୍ରୀକ୍ଷେତ୍ର ପର୍ଯ୍ୟନ୍ତ ନିୟମିତ ରେଳ ଚଳାଚଳ କରିବାକୁ ଜିଲାବାସୀ ବାରମ୍ବାର ଦାବି କରିଆସୁଛନ୍ତି। ମାତ୍ର କେନ୍ଦ୍ର ସରକାରଙ୍କ ରେଳ ବିଭାଗ ଏଥିପ୍ରତି କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ମୟୂରଭଞ୍ଜକୁ ଅବହେଳା କରାଯାଉଥିବା ନେଇ ବିଜେଡି ପକ୍ଷରୁ ଅଭିଯୋଗ ହେଉଛି। ଏହାକୁ ନେଇ ପ୍ରାକ୍ତନମନ୍ତ୍ରୀ ସରୋଜିନୀ ହେମ୍ବ୍ରମ ମୟୂରଭଞ୍ଜ ଜିଲା ବାରିପଦାରୁ ପୁରୀଧାମକୁ ଓଏସ୍‌ଆର୍‌ଟିସି ବସ୍‌ ନିୟମିତ ଭାବେ ଚଳାଚଳ କରାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଛନ୍ତି ।
ପର୍ଯ୍ୟଟନ ମାନଚିତ୍ରରେ ମୟୂରଭଞ୍ଜ ଓ ପୁରୀର ସ୍ବାତନ୍ତ୍ରତା ରହିଛି। ପ୍ରସ୍ତାବିତ ଜାତୀୟ ଉଦ୍ୟାନ ଶିମିଳିପାଳ ଅଭୟାରଣ୍ୟ ସହିତ ଚତୁଃପାର୍ଶ୍ୱରେ ରହିଥିବା ପର୍ଯ୍ୟଟନସ୍ଥଳୀ ଏବଂ ରାଜାରାଜୁଡ଼ାଙ୍କ ଐତିହ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏହାକୁ ଦେଖି ଆଗନ୍ତୁକ ମନଭରି ଆନନ୍ଦିତ ହେଉଥିବା ବେଳେ ଜିଲାର କଳା, ସଂସ୍କୃତି ଓ ପରମ୍ପରାକୁ ଉପଭୋଗ କରିଥାନ୍ତି। ମାତ୍ର ଜିଲାରୁ ପୁରୀ ପର୍ଯ୍ୟନ୍ତ କୌଣସି ଘରୋଇ ଯାନବାହାନ ଚଳାଚଳ କରୁ ନ ଥିବାରୁ ଯାତ୍ରୀମାନେ ବହୁ ହଇରାଣ ହରକତ ଯାଉଛନ୍ତି। ବାରିପଦାରୁ ଭୁବନେଶ୍ୱର ଚଳାଚଳ କରୁଥିବା ଓଏସ୍‌ଆର୍‌ଟିସି ବସ୍‌କୁ ସମ୍ପ୍ରସାରଣ କରି ପୁରୀ ପର୍ଯ୍ୟନ୍ତ ଚଳାଇଲେ ବହୁ ଲୋକ ଉପକୃତ ହୋଇପାରନ୍ତେ ବୋଲି ସେ ପତ୍ର ମାଧ୍ୟମରେ ନିବେଦନ କରିଛନ୍ତି। ଏହାର ଏକକିତା ନକଲ ପରିବହନ ମନ୍ତ୍ରୀ ଓ ବିଭାଗୀୟ ଶାସନ ସଚିବଙ୍କୁ ମଧ୍ୟ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri