ଦବି ଯାଉଛି ବରପଦା-ଆଗରପଡ଼ା ରାସ୍ତା

ଭଦ୍ରକ ଅଫିସ,୨୫।୨: ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବରପଦା ଛକଠାରୁ ଆଗରପଡ଼ାକୁ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ଦିନକୁ ଦିନ ଦବି ଯାଉଛି। ଏହି ୧୪ କି.ମି ରାସ୍ତାର ନବୀକରଣ ୧୨ ବର୍ଷ ତଳେ ୪୨ କୋଟି ଟଙ୍କା ଅଟକଳରେ ହୋଇଥିଲା। ରାସ୍ତା ଦବି ଯାଇ ଫାଟ ସୃଷ୍ଟି ହୋଇଛି। ଏହି ଫାଟକୁ ପ୍ରତ୍ୟେକ ବର୍ଷ କାଁ ଭାଁ ମରାମତି  କରାଯାଉଥିଲେ ମଧ୍ୟ ଏହାର ସ୍ଥାୟୀ ପ୍ରତିକାର ହୋଇପାରୁନାହିଁ। ନିମ୍ନମାନର କାର୍ଯ୍ୟ ହେତୁ ବର୍ଷଟିଏ ମଧ୍ୟରେ ପୁଣି ଫାଟ ସୃଷ୍ଟି ହେଉଛି। ଏହି ରାସ୍ତା ଦେଇ ବାଲେଶ୍ୱର ଜିଲା କୁପାରୀରୁ ମୋରମ, ମେଟାଲ ଓ ଚିପ୍ସ ବୋଝେଇ ଶତାଧିକ ଭାରିଯାନ ଦୈନିକ ଯାତାୟାତ କରୁଥିବାରୁ ଦିନକୁ ଦିନ ଅଧିକ ପରିମାଣରେ ରାସ୍ତା ଦବିଯାଉଛି। ଏହି ଅଣଓସାରିଆ ରାସ୍ତାରେ ଫାଟ ସୃଷ୍ଟି ହୋଇଥିବାରୁ ପ୍ରତ୍ୟେହ ଛୋଟବଡ଼ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ଏହି ବ୍ୟସ୍ତବହୁଳ ରାସ୍ତା ଉପରେ ଭଦ୍ରକ ଜିଲାର ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତବାସୀ ନିର୍ଭର କରୁଥିବା ବେଳେ ପଡ଼ୋଶୀ କେନ୍ଦୁଝର ଓ ବାଲେଶ୍ୱର ଜିଲାର ଅଧିକାଂଶ ଲୋକ ଦୈନନ୍ଦିନ ଯିବା ଆସିବା କରନ୍ତି। ଏହି ରାସ୍ତାକୁ ଦୁଇଥାକିଆ ରାସ୍ତାରେ ପରିଣତ କରିବା ପାଇଁ ଏକାଧିକ ଥର ଦାବି ହୋଇଥିଲେ ମଧ୍ୟ ସୁଫଳ ମିଳିପାରି ନାହିଁ। ଏନେଇ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ପରମାନନ୍ଦ ବେହେରା କହିଛନ୍ତି, ଏହି ରାସ୍ତାକୁ ୭ ମିଟର ଓସାର କରିବା ସହ ନୂଆ ରାସ୍ତା ନିର୍ମାଣ ପାଇଁ ୪୪ କୋଟି ଟଙ୍କାର ଯୋଜନା ଅଟକଳ ମଞ୍ଜୁର ପାଇଁ ଦିଆଯାଇଛି। ଏହି ଅଟକଳ ମଧ୍ୟରେ ଛୋଟ ପୋଲ ଓ ଜମି ଅଧିଗ୍ରହଣ କରାଯିବ। ଏହି ଅଟକଳ ମଞ୍ଜୁର ହେବା ପରେ ଟେଣ୍ଡର କରାଯାଇ ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri