ବ୍ୟାରେଜ ନିର୍ମାଣ: ବେଆଇନ କାମ ନେଇ ଅସନ୍ତୋଷ

କୁଚିଣ୍ଡା,୭ା୪(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଗୋଛରା ପଞ୍ଚାୟତ ଜନକଡ଼ିହିଠାରେ ଭେଡେନ ନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କାମ ଚାଲୁରହିଛି। ହେଲେ ଠିକା ସଂସ୍ଥାର ବେଆଇନ କାମ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛି। ଏ ନେଇ ଗୋଛରା ଗ୍ରାମବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ସମ୍ବଲପୁର ଜିଲାପାଳ, ପ୍ରଦୂଷଣ ନିୟନ୍ତ୍ରଣ ବିଭାଗକୁ ଲିଖିତ ଅଭିଯୋଗ କରାଯାଇଛି।
ସୂଚନା ଅନୁଯାୟୀ, ଅଣଜଳସେଚିତ ଗୋଛରା ଅଞ୍ଚଳରେ ଚାଷ ଜମିକୁ ଜଳସେଚନ ନିମନ୍ତେ ସରକାର ଗୋଛରା ନିକଟସ୍ଥ ଜନକଡ଼ିହି ଭେଡେନ ନଦୀ ଉପରେ ବ୍ୟାରେଜ ନିର୍ମାଣ ପାଇଁ ମଞ୍ଜୁରୀ ଦେଇଥିଲେ। ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ଏଥିପାଇଁ ଟେଣ୍ଡର ଆହ୍ବାନ କରିଥିଲା ଓ ଛତିଶଗଡ଼ର ଏକ ଠିକା କମ୍ପାନୀ ଏହି ନିର୍ମାଣ କାମ କରିବା ପାଇଁ ଟେଣ୍ଡର ପାଇଥିଲା। ୫୫କୋଟି ବ୍ୟୟ ଅଟକଳରେ ଏହି ଠିକା ସଂସ୍ଥା ଗତ ନଭେମ୍ବର ମାସରୁ କାମ ଆରମ୍ଭ କରିଥିଲା। ମାତ୍ର ଠିକା କମ୍ପାନୀ ବେଆଇନ କାମ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ନିୟମକୁ ବେଖାତିର କରାଯାଇ ନଦୀ ଭିତରେ ପଥର ବ୍ଲାଷ୍ଟିଂ କରାଯାଉଛି। ପଥର ଫଟାଇବା ପରେ ଏହାକୁ ସରକାରଙ୍କଠାରେ ଜମା ନ କରି ନିର୍ମାଣ କାମରେ ବ୍ୟବହାର କରାଯାଉଛି। ସେହିପରି ବିନା ଅନୁମତିରେ ନଦୀ ବାଲିକୁ ନିଜ ଠିକା କାମରେ ବ୍ୟବହାର କରାଯାଉଛି। ବ୍ଲାଷ୍ଟିଂ ପାଇଁ ଗ୍ରାମସଭାର ଅନୁମତି ଆବଶ୍ୟକ ଥିବାବେଳେ ଠିକା କମ୍ପାନୀ ଏହାକୁ ପାଳନ କରୁନାହିଁ। ଏହି ଠିକା ସଂସ୍ଥା ଏକ ଭ୍ରାମ୍ୟମାଣ କ୍ରଶର ମେସିନ ଦ୍ବାରା ପଥର ଫଟାଇ ଗେଟି ତିଆରି କରୁଛି। ଫଳରେ ପଥର ଗୁଣ୍ଡ ଉଡ଼ି ଚାଷୀଙ୍କ ଜମି ନଷ୍ଟ ହେଉଥିବାର ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେଣୁ ତୁରନ୍ତ ପଥର ବ୍ଲାଷ୍ଟିଂ ଓ କ୍ରଶରକୁ ବନ୍ଦ କରିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହେଉଛି। ଏ ସମ୍ପର୍କରେ କୁଚିଣ୍ଡା ତହସିଲଦାର ପ୍ରସନ୍ନ ଟେଟେଙ୍କୁ ପଚାରିବାରେ ପଥର ବ୍ଲାଷ୍ଟିଂ, କ୍ରଶର ଆଦି ପାଇଁ ଠିକା ସଂସ୍ଥାର ଅନୁମତି ରହିଛି ଓ ବାଲି ପାଇଁ ରାଜସ୍ବ ଜମା କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri