ଋଷିକୁଲ୍ୟା କଂସାରି ଗଣ୍ଡରେ ନିର୍ମାଣ ହେବ ବ୍ୟାରେଜ

ଛତ୍ରପୁର, ୫ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଦେଇ ପ୍ରବାହିତ ଋଷିକୁଲ୍ୟା ନଦୀରେ କଂସାରି ଗଣ୍ଡ ଜଳ ସଂରକ୍ଷଣ ପ୍ରକଳ୍ପ ନିମନ୍ତେ ୧୫୨ କୋଟି ୧୦ଲକ୍ଷ ବ୍ୟୟରେ ବରଦା ଗ୍ରାମ ନିକଟରେ ଏକ ଆନିକଟ ନିର୍ମାଣ କରାଯିବ। ୨୦୪ ମିଟର ଲମ୍ବ ବିଶିଷ୍ଟ ଏହି ଆନିକଟ ନିର୍ମାଣ ୨୦୨୫ ଅକ୍ଟୋବର ୧୭ ସୁଦ୍ଧା ଶେଷହେବ। ଏହି ଆନିକଟ ହେଲେ ୧ଲକ୍ଷ ୫୨ହଜାର ୬ଶହ ଲୋକ ଉପକୃତ ହୋଇପାରିବେ। ଏହାର ରକ୍ଷଣାବେକ୍ଷଣ ପାଇଁ ୫ ବର୍ଷରେ ୨ କୋଟି ୫୦ ଲକ୍ଷ ଖର୍ଚ୍ଚ ବେ । ଏହାଦ୍ୱାରା ବନ୍ୟା ପରିସ୍ଥିତିରୁ ରକ୍ଷା, ଛତ୍ରପୁର ନିର୍ବାଚନ ମଣ୍ଡଳୀର ଛତ୍ରପୁର ବ୍ଲକ, ଗଞ୍ଜାମ ବ୍ଲକ, ଛତ୍ରପୁର ଓ ଗଞ୍ଜାମ ଏନଏସି ସମେତ ବ୍ରହ୍ମପୁର ସହର ଲୋକଙ୍କୁ ବିଶୁଦ୍ଧ ପାଣି ମିଳିବ। ଏହାସହ ଛତ୍ରପୁର ବ୍ଲକ, ଗଞ୍ଜାମ ବ୍ଲକ ଓ ପୁରୁଷୋତ୍ତମପୁର ବ୍ଲକର ୬୩୫ ହେକ୍ଟର କୃଷି କ୍ଷେତ୍ରକୁ ଜଳସଚନ ବ୍ୟବସ୍ଥା, ଭୂତଳ ଜଳସ୍ତର ଉନ୍ନତି ହୋଇପାରିବ। ମାଛ ଚାଷରେ ସହାୟକ ହୋଇପାରିବ। ଏହି ପ୍ରକଳ୍ପ ପାଇଁ ଦୀର୍ଘ ବର୍ଷରୁ ଦାବି ହୋଇ ଆସୁଥିଲା। ୨୦୧୯ରେ ବିଧାୟକ ଭାବେ ସୁବାସ ବେହେରା ନିର୍ବାଚିତ ହେବା ପରେ ବିଧାନସଭା ଅଧିବେଶନର ଶୂନ୍ୟକାଳରେ ଋଷିକୁଲ୍ୟା ନିକଟରେ ବ୍ରିଜ ଓ ବ୍ୟାରେଜ ପ୍ରକଳ୍ପ ନିର୍ମାଣ ପାଇଁ ସ୍ବର ଉଠାଇଥିଲେ। ଏହି ପ୍ରକଳ୍ପ ପାଇଁ ୯ ଜୁଲାଇ ୨୦୨୧ରେ ବିଧାୟକ ସୁବାସ ଚନ୍ଦ୍ର ବେହେରା ଛତ୍ରପୁର ବ୍ଲକରେ ଅନୁଷ୍ଠିତ ଭିଡିଓ ଭିସି ଜରିଆରେ ୫-ଟି ସଚିବଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏହି ପ୍ରକଳ୍ପର ଅନୁମୋଦନ ପାଇଁ ଅନୁରୋଧ କରିଥିଲେ। ସେହି ସମୟରେ ୫-ଟି ସଚିବ ଭି.କେ ପାଣ୍ଡିଆନ ନିର୍ଭର ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ, ଯାହା ଏବେ ଏହା ଫଳପ୍ରଦ ହୋଇପାରିଛି ବୋଲି ବିଧାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?