ଋଷିକୁଲ୍ୟା ନଦୀରେ ନିର୍ମାଣ ହେବ ବ୍ୟାରେଜ

ଭୁବନେଶ୍ୱର,୧୫।୧୧(ଅନିଲ ଦାସ): ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଜାନିବିଲି ଗ୍ରାମ ନିକଟରେ ଋଷିକୁଲ୍ୟା ନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରକଳ୍ପର ନିର୍ମାଣ ପାଇଁ ୮୬.୫୪କୋଟି ଏବଂ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣ ନିମନ୍ତେ ୧ କୋଟି ଟଙ୍କାର ଟେଣ୍ଡରକୁ ମଙ୍ଗଳବାର ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି। ପ୍ରକଳ୍ପକୁ ୨ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ଜଳ ସମ୍ପଦ ବିଭାଗ ପକ୍ଷରୁ ଏହି ପ୍ରସ୍ତାବ ଦିଆଯାଇଥିଲା। ଏହି ପ୍ରକଳ୍ପରେ ଜଳ ଗର୍ଭସ୍ଥ ଯାନ୍ତ୍ରିକ କାର୍ଯ୍ୟ, ବିଦ୍ୟୁତ୍‌ ସଂଯୋଗୀକରଣ, ରାସ୍ତା ସଂଯୋଗୀକରଣ ଓ କର୍ମଚାରୀ ନିବାସ ଆଦି ନିର୍ମାଣ କରାଯିବ। ଏହି ପ୍ରକଳ୍ପ ଗଞ୍ଜାମ ଜିଲାର ୫୨,୬୭୫ ହେକ୍ଟର ଚାଷଜମିକୁ ଜଳସେଚନ ସୁବିଧା ଯୋଗାଇଦେବା ସହିତ ବ୍ରହ୍ମପୁର ମହାନଗର ନିଗମକୁ ୬୭.୫ ମିଲିୟନ ଲିଟର ପାନୀୟ ଜଳ ପ୍ରତିଦିନ ଉପଲବ୍ଧ କରାଇବ। ଏହାଛଡା ପ୍ରକଳ୍ପଟି ୩୨ ହେକ୍ଟର ଅଞ୍ଚଳରେ ମାଛଚାଷ ସୁବିଧା ପ୍ରଦାନ କରିବା ସହିତ ଭୂତଳ ଜଳର ପୁନଃଭରଣ ଓ ପରିବେଶ ସନ୍ତୁଳନ ରକ୍ଷା କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?