ବ୍ୟାରିକେଡ୍‌ ଡେଉଁଛନ୍ତି ଅମାନିଆ: ତାଗିଦ୍‌ କରିବାରୁ ବିଡିଓଙ୍କୁ ଦୁର୍ବ୍ୟବହାର

ଆର.ଉଦୟଗିରି,୧୫ା୭(ଡି.ଏନ୍‌.ଏ.)-ଗଜପତି ଜିଲା ଆର୍‌.ଉଦୟଗିରି ପଞ୍ଚାୟତର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ହୋମ୍‌ଗାର୍ଡ କରୋନା ସଂକ୍ରମିତ ହେବାପରେ ସେମାନେ ରହୁଥିବା ପଞ୍ଚାୟତର ୩ ସାହିକୁ ୭ଦିନ ପାଇଁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଥିଲା ପ୍ରଶାସନ। ପ୍ରବେଶ ପଥରେର ବ୍ୟାରିକେଡ୍‌ କରି ସିଲ୍‌ କରାଯାଇଥିଲା। ମାତ୍ର ଅମାନିଆ ବ୍ୟାରିକେଡ୍‌ ଡେଇଁ ଅନ୍ୟସାହିକୁ ଯାତାୟାତ କଲେ। ଫଳରେ ସରପଞ୍ଚ ସଞ୍ଜୁକ୍ତା ପୂଜାରୀ ୧୪ ରୁ ୧୭ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶଟ୍‌ଡାଉନ ଘୋଷଣା କରିଥିଲେ। ତଥାପି ଅମାନିଆ ମାନୁ ନାହାନ୍ତି। ଜଣେ ଦୋକାନୀ ବାଡଡେଉଁ ବଜାରରୁ ସାମଗ୍ରୀ କିଣିଥିବା ଖବର ପାଇ ବିଡିଓ ପ୍ରଦୀପ କୁମାର ନାୟକ ଷ୍ଟାଫ ସହ ପହଞ୍ଚତ୍ଥିଲେ। ଏପରି ନ କରିବାକୁ ସମ୍ପୃକ୍ତ ବେପାରୀଙ୍କୁ କହିବାରୁ ସେ ବିଡିଓଙ୍କ ସହ ଯୁକ୍ତିତର୍କ ସହ ଦୁର୍ବ୍ୟବହାର କରିଥିଲେ। ସମ୍ପୃକ୍ତ ୩ କରୋନା ଯୋଦ୍ଧା ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବାରୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ରହିଛି। ପ୍ରଶାସନ ତରଫରୁ ବୁଝାଇଲେ ଓଲଟା ଦୁର୍ବ୍ୟବ୍ୟବହାରର ଶିକାର ହେଉଛୁ ବୋଲି ବିଡିଓ କହିଛନ୍ତି।
କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ପୋଲିସ ରହୁ ନ ଥିବାରୁ ଲୋକେ ବାଡ ଡେଇଁ କ୍ଷୀର ବିକିବାକୁ ଯିବା ସହ ନାଳରେ ଗାଧୋଉଛନ୍ତି। ଏନେଇ ଗ୍ରାମରେ ଅସନ୍ତୋଷ ଦେଖାଦେଇଛି। କେତେଜଣ ଅମାନିଆଙ୍କ ପାଇଁ ବିପଦ ମାଡିଆସିବ ବୋଲି ଲୋକେ କହିଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri