ବ୍ୟାରିକେଡ୍‌ ଡେଉଁଛନ୍ତି ଅମାନିଆ: ତାଗିଦ୍‌ କରିବାରୁ ବିଡିଓଙ୍କୁ ଦୁର୍ବ୍ୟବହାର

ଆର.ଉଦୟଗିରି,୧୫ା୭(ଡି.ଏନ୍‌.ଏ.)-ଗଜପତି ଜିଲା ଆର୍‌.ଉଦୟଗିରି ପଞ୍ଚାୟତର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ହୋମ୍‌ଗାର୍ଡ କରୋନା ସଂକ୍ରମିତ ହେବାପରେ ସେମାନେ ରହୁଥିବା ପଞ୍ଚାୟତର ୩ ସାହିକୁ ୭ଦିନ ପାଇଁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଥିଲା ପ୍ରଶାସନ। ପ୍ରବେଶ ପଥରେର ବ୍ୟାରିକେଡ୍‌ କରି ସିଲ୍‌ କରାଯାଇଥିଲା। ମାତ୍ର ଅମାନିଆ ବ୍ୟାରିକେଡ୍‌ ଡେଇଁ ଅନ୍ୟସାହିକୁ ଯାତାୟାତ କଲେ। ଫଳରେ ସରପଞ୍ଚ ସଞ୍ଜୁକ୍ତା ପୂଜାରୀ ୧୪ ରୁ ୧୭ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶଟ୍‌ଡାଉନ ଘୋଷଣା କରିଥିଲେ। ତଥାପି ଅମାନିଆ ମାନୁ ନାହାନ୍ତି। ଜଣେ ଦୋକାନୀ ବାଡଡେଉଁ ବଜାରରୁ ସାମଗ୍ରୀ କିଣିଥିବା ଖବର ପାଇ ବିଡିଓ ପ୍ରଦୀପ କୁମାର ନାୟକ ଷ୍ଟାଫ ସହ ପହଞ୍ଚତ୍ଥିଲେ। ଏପରି ନ କରିବାକୁ ସମ୍ପୃକ୍ତ ବେପାରୀଙ୍କୁ କହିବାରୁ ସେ ବିଡିଓଙ୍କ ସହ ଯୁକ୍ତିତର୍କ ସହ ଦୁର୍ବ୍ୟବହାର କରିଥିଲେ। ସମ୍ପୃକ୍ତ ୩ କରୋନା ଯୋଦ୍ଧା ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବାରୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ରହିଛି। ପ୍ରଶାସନ ତରଫରୁ ବୁଝାଇଲେ ଓଲଟା ଦୁର୍ବ୍ୟବ୍ୟବହାରର ଶିକାର ହେଉଛୁ ବୋଲି ବିଡିଓ କହିଛନ୍ତି।
କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ପୋଲିସ ରହୁ ନ ଥିବାରୁ ଲୋକେ ବାଡ ଡେଇଁ କ୍ଷୀର ବିକିବାକୁ ଯିବା ସହ ନାଳରେ ଗାଧୋଉଛନ୍ତି। ଏନେଇ ଗ୍ରାମରେ ଅସନ୍ତୋଷ ଦେଖାଦେଇଛି। କେତେଜଣ ଅମାନିଆଙ୍କ ପାଇଁ ବିପଦ ମାଡିଆସିବ ବୋଲି ଲୋକେ କହିଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri