ବାରିକେଡ୍‌ ଡେଉଁଛନ୍ତି ଅମାନିଆ, ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଆର.ଉଦୟଗିରି,୧୫ା୭(ଡି.ଏନ.ଏ)- ଗଜପତି ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆର୍‌.ଉଦୟଗିରି ପଞ୍ଚାୟତର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ହୋମ୍‌ଗାର୍ଡ କରୋନା ସଂକ୍ରମିତ ହେବାପରେ ସେମାନେ ରହୁଥିବା ପଞ୍ଚାୟତର ୩ ସାହିକୁ ୭ଦିନ ପାଇଁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଥିଲା ପ୍ରଶାସନ। ପ୍ରବେଶ ପଥରେର ବ୍ୟାରିକେଡ୍‌ କରି ସିଲ୍‌ କରାଯାଇଥିଲା। ମାତ୍ର କେତେକ ଅମାନିଆ ବ୍ୟାରିକେଡ୍‌ ଡେଇଁ ଅନ୍ୟସାହିକୁ ଯାତାୟାତ କଲେ। ବାରମ୍ବାର ତାଗିଦ୍‌ ପରେ ନ ମାନିବାରୁ ସରପଞ୍ଚ ସଞ୍ଜୁକ୍ତା ପୂଜାରୀ ୧୪ ରୁ ୧୭ ତାରିଖ ପର୍ଯ୍ୟନ୍ତ ୪ ଦିନ ପାଇଁ ପଞ୍ଚାୟତକୁ ସମ୍ପୂର୍ଣ୍ଣ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏହି ସମୟରେ ଔଷଧ ଦୋକାନ, କ୍ଷୀର ଦୋକାନକୁ ଛାଡିଦେଲେ ଅନ୍ୟସବୁ ଦୋକାନ ଓ ସରକାରୀ ଅଫିସ ବନ୍ଦ ରହିବ। ଏହାପରେ ୧୮ ଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣା ରହିବ। ଏହି ସମୟରେ ଗ୍ରାମରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଦୋକାନ ଖୋଲା ରହିବ ବୋଲି ସରପଞ୍ଚ ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?