ଜଳ ନିଷ୍କାସନରେ ବାଧା: ତାତିଲେ ଚାଷୀ

ନିଶ୍ଚିନ୍ତକୋଇଲି,୧୪ା୮(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଉତ୍ତରକୂଳ ପଞ୍ଚାୟତରେ ଜଳ ନିଷ୍କାସନ କରାଯିବା ଲାଗି ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ କରାଯାଉଥିବା ଡ୍ରେନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ନିମ୍ନମାନର କାର୍ଯ୍ୟ ହେତୁ ଏହି ଡ୍ରେନର ସ୍ଥାୟିତ୍ୱକୁ ନେଇ ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି। ବର୍ଷାଦିନେ ଡ୍ରେନ ନିର୍ମାଣ କାର୍ଯ୍ୟକୁ ନେଇ ସାଧାରଣରେ ନାପସନ୍ଦ କରାଯାଇଛି। ଡ୍ରେନ କାମ ଯୋଗୁ ଲଗାଣ ବର୍ଷା ଫଳରେ ଜଳ ନିଷ୍କାସନରେ ବାଧା ଉପୁଜିଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ସରକାରଙ୍କ ଏଭଳି ଉଦାସୀନତା ଓ ବିଭାଗୀୟ ଯନ୍ତ୍ରୀଙ୍କ ଦାୟିତ୍ୱହୀନତା କାର୍ଯ୍ୟ ପାଇଁ ସ୍ଥାନୀୟ ଚାଷୀ ଉଦ୍‌ବେଗ ପ୍ରକାଶ କରିବା ସହ ଆନ୍ଦୋଳନ ପାଇଁ ଚେତାବନୀ ଦେଇଛନ୍ତି।
ମହନଦୀ ଓ ଶୁକ ପାଇକା ନଦୀକୂଳରେ ଉତ୍ତରକୂଳ ପଞ୍ଚାୟତ ଅବସ୍ଥିତ। ଉତ୍ତରକୂଳ ପଞ୍ଚାୟତର ମୁଗୁରିଆ ପାଟନାଳୀରୁ ଜଳ ନିଷ୍କାସନ କରାଯିବା ନିମନ୍ତେ ସରକାରଙ୍କ ପକ୍ଷରୁ ୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର କରାଯାଇଥିଲା। ଟେଣ୍ଡର ମାଧ୍ୟମରେ ଠିକାଦାର ଚୟନ ହୋଇଥିଲେ। ଏହି ନିଷ୍କାସନ ଡ୍ରେନ ମୁଗୁରିଆ ପାଟନାଳୀରୁ ଶୁକ ପାଇକା ନଦୀକୁ ସଂଯୋଗ ହେବ। ମାତ୍ର ବର୍ଷା ଋତୁରେ ସମ୍ପୃକ୍ତ ଠିକାଦାର ବେପରୁଆ ଭାବେ ସମସ୍ତ ନୀତି ନିୟମକୁ ଉଲ୍ଲଂଘନ କରି ଏହି ଜଳ ନିଷ୍କାସନ ଡ୍ରେନ ନିର୍ମାଣ କରୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏପରି କି ଅଟକଳ ଅନୁଯାୟୀ, ଏହି ନିର୍ମାଣ କାମ କରାଯାଉ ନାହିଁ। ନିର୍ମାଣରେ ଅତ୍ୟନ୍ତ ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଉଥିବାରୁ ଏହାର ସ୍ଥାୟିତ୍ୱ ନେଇ ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି। ଡ୍ରେନେଜ ବିଭାଗର କୌଣସି ଅଧିକାରୀ କାମର ତଦାରଖ କରୁ ନ ଥିବା କାରଣରୁ ଠିକାଦାର ମନମୁଖି ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ସେହିପରି ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଚାଲିଥିଲାବେଳେ କୌଣସି ସୂଚନାଫଳକ ଲଗାଯାଇନାହିଁ। ଫଳରେ ଲୋକମାନଙ୍କୁ ଅନ୍ଧାରଘେରରେ ରଖାଯାଇ କାମ କରାଯାଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବା କହିଛନ୍ତି। ଏ ସମ୍ପର୍କରେ କଟକ ଡ୍ରେନେଜ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ନନ୍ଦଙ୍କୁ ପଚାରିବାରେ ମୋ ପାଖରେ ଏ ନେଇ କୌଣସି ଅଭିଯୋଗ ଆସିନାହିଁ। ଅଭିଯୋଗ ମିଳିଲେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri