ପ୍ରଚାରକୁ ଓହ୍ଲାଇଲେ ବର୍ଷା

ପାଇକମାଳ,୧୭।୧୧(ଡି.ଏନ.ଏ.):ପଦ୍ମପୁର ଉପ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପୂର୍ବରୁ ବୁଧବାର ପ୍ରଥମ କରି ବିଜେଡି ପକ୍ଷରୁ ମାରାଥନ ପ୍ରଚାର କରାଯାଇଛି। ପାଇକମାଳ ଜୋନ-୧ ଅଧୀନ ସାଲେପାଲିଠାରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ନବକିଶୋର ଦାସ, ଅତନୁ ସବ୍ୟସାଚୀ ନାୟକ, ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶି, ବିଧାୟକ ପ୍ରଶାନ୍ତ ମୁଦୁଲି, ସ୍ନେହାଙ୍ଗିନୀ ଛୁରିଆ, ମହୀଧର ରଣା, ପୂର୍ବତନ ବିଧାୟକ ଯୋଗେଶ ସିଂ ପ୍ରମୁଖ ଯୋଗଦେଇ ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କୁ ବିଜୟୀ କରିବା ଲାଗି ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ସେହିପରି ବରତୁଣ୍ଡା ଗ୍ରାମର ସୁରୁଙ୍ଗିଦାଦରଠାରେ ବିଜେଡିର ଏକ ବିଶାଳ ସଭା ଆୟୋଜନ କରାଯାଇଥିଲା। ସଭାରେ ମନ୍ତ୍ରୀ ନବକିଶୋର ଦାସ, ଟୁକୁନି ସାହୁ, ବିଧାୟକ ଅରୁଣ କୁମାର ସାହୁ, ଲତିକା ପ୍ରଧାନ, ବ୍ରଜକିଶୋର ପ୍ରଧାନ, ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଅମରେଶ ପତ୍ରି, ପୂର୍ବତନ ବିଧାୟକ ମାନସ ମାଡକାମୀ ପ୍ରମୁଖ ଯୋଗଦେଇ ଦଳୀୟ ପ୍ରାର୍ଥୀ ବର୍ଷାଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଥିଲେ। ପାଇକମାଳ ଜୋନ-୩ ଅଧୀନ ବାଦିକଟା ସାପଲହରଠାରେ ବିଜେଡିର ଏକ ବିଶାଳ ସମାବେଶରେ ବିଧାୟକ ଦିବ୍ୟଶଙ୍କର ମିଶ୍ର ସଭାପତିତ୍ୱ କରିଥିଲେ। ବିଧାୟକ ରମେଶ ଚନ୍ଦ୍ର ବେହେରା, ଜଗନ୍ନାଥ ନାୟକ, ସୁଶାନ୍ତ ରାଉତ, ମନୋହର ରନ୍ଧାରି, ରଘୁରାମ ପଦାଲ ଏବଂ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଯୋଗ ଦେଇଥିଲେ। ବର୍ଷା ତାଙ୍କ ଅଭିଭାଷଣରେ ବାପା ବିଜୟ ରଞ୍ଜନ ସିଂ ବରିହାଙ୍କ ଅଧୁରା ସ୍ବପ୍ନ ପୂରଣ କରିବା ପାଇଁ ଜନସାଧାରଣଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ଭଟଲି ବିଧାୟକ ସୁଶାନ୍ତ ସିଂ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri