ପ୍ରଚାରକୁ ଓହ୍ଲାଇଲେ ବର୍ଷା

ପାଇକମାଳ,୧୭।୧୧(ଡି.ଏନ.ଏ.):ପଦ୍ମପୁର ଉପ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ପୂର୍ବରୁ ବୁଧବାର ପ୍ରଥମ କରି ବିଜେଡି ପକ୍ଷରୁ ମାରାଥନ ପ୍ରଚାର କରାଯାଇଛି। ପାଇକମାଳ ଜୋନ-୧ ଅଧୀନ ସାଲେପାଲିଠାରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ନବକିଶୋର ଦାସ, ଅତନୁ ସବ୍ୟସାଚୀ ନାୟକ, ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶି, ବିଧାୟକ ପ୍ରଶାନ୍ତ ମୁଦୁଲି, ସ୍ନେହାଙ୍ଗିନୀ ଛୁରିଆ, ମହୀଧର ରଣା, ପୂର୍ବତନ ବିଧାୟକ ଯୋଗେଶ ସିଂ ପ୍ରମୁଖ ଯୋଗଦେଇ ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କୁ ବିଜୟୀ କରିବା ଲାଗି ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ସେହିପରି ବରତୁଣ୍ଡା ଗ୍ରାମର ସୁରୁଙ୍ଗିଦାଦରଠାରେ ବିଜେଡିର ଏକ ବିଶାଳ ସଭା ଆୟୋଜନ କରାଯାଇଥିଲା। ସଭାରେ ମନ୍ତ୍ରୀ ନବକିଶୋର ଦାସ, ଟୁକୁନି ସାହୁ, ବିଧାୟକ ଅରୁଣ କୁମାର ସାହୁ, ଲତିକା ପ୍ରଧାନ, ବ୍ରଜକିଶୋର ପ୍ରଧାନ, ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଅମରେଶ ପତ୍ରି, ପୂର୍ବତନ ବିଧାୟକ ମାନସ ମାଡକାମୀ ପ୍ରମୁଖ ଯୋଗଦେଇ ଦଳୀୟ ପ୍ରାର୍ଥୀ ବର୍ଷାଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଥିଲେ। ପାଇକମାଳ ଜୋନ-୩ ଅଧୀନ ବାଦିକଟା ସାପଲହରଠାରେ ବିଜେଡିର ଏକ ବିଶାଳ ସମାବେଶରେ ବିଧାୟକ ଦିବ୍ୟଶଙ୍କର ମିଶ୍ର ସଭାପତିତ୍ୱ କରିଥିଲେ। ବିଧାୟକ ରମେଶ ଚନ୍ଦ୍ର ବେହେରା, ଜଗନ୍ନାଥ ନାୟକ, ସୁଶାନ୍ତ ରାଉତ, ମନୋହର ରନ୍ଧାରି, ରଘୁରାମ ପଦାଲ ଏବଂ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଯୋଗ ଦେଇଥିଲେ। ବର୍ଷା ତାଙ୍କ ଅଭିଭାଷଣରେ ବାପା ବିଜୟ ରଞ୍ଜନ ସିଂ ବରିହାଙ୍କ ଅଧୁରା ସ୍ବପ୍ନ ପୂରଣ କରିବା ପାଇଁ ଜନସାଧାରଣଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ଭଟଲି ବିଧାୟକ ସୁଶାନ୍ତ ସିଂ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri