ସାମ୍ନାକୁ ଆସିଲେ ବର୍ଷା, ଆସୁ ଆସୁ କହିଦେଲେ ଏମିତି..

ଭୁବନେଶ୍ୱର,୨।୧୦: ବଢିଲାଣି ବିଜେଡି କଳି। ଏହି କଳି ଏବେ ଶଙ୍ଖ ଭବନରେ ପହଞ୍ଚିଛି। କର୍ପୋରେଟରଙ୍କ ଠାରୁ ଆରମ୍ଭ ହୋଇ ଏବେ ଏହି କଳି ନେତାଙ୍କ ପାଖରେ ପହଞ୍ଚିଛି। ଶଙ୍ଖ ଭବନରେ ଖୋର୍ଦ୍ଧା ଜିଲା ବିଜେଡି ବୈଠକବେଳେ ଶ୍ରୀମୟୀ ମିଶ୍ର ଓ ପ୍ରଦୀପ ସାହୁଙ୍କ ମଧ୍ୟରେ କଥା କଟାକଟିକୁ ବିଭିନ୍ନ ଚର୍ଚ୍ଚା ହେଉଥିଲା। ଏହାକୁ ନେଇ ଆଜି ମୁହଁ ଖୋଲିଛନ୍ତି ଶ୍ରୀମୟୀ। ସେ କହିଛନ୍ତି, ଯୁଗେଯୁଗେ ଲେଖା ଅଛି ଯେଉଁମାନେ ମହିଳାଙ୍କୁ ଅସମ୍ମାନ କରିଛନ୍ତି ତାର ଫଳ ସେ ନିଶ୍ଚିତ ପାଇଛନ୍ତି । ପୁରାଣ ଇତିହାସଠୁ ନେଇ ପ୍ରତିଦିନ ତା’ର ଉଦାହରଣ ଦେଖୁଥିବେ । ଯାହା ହୋଇଛି ତାହା ଆମ ଦଳର ଆଭ୍ୟନ୍ତରୀଣ ବ୍ୟାପାର । ତାହା ଆମ ଦଳର ସମୀକ୍ଷା ବୈଠକ ଥିଲା । ସମୀକ୍ଷା ବୈଠକରେ ଯେଉଁମାନେ ନେତୃ ମଣ୍ଡଳୀମାନେ ଥିଲେ ସେମାନେ ତାର ତର୍ଜମା ବିଶ୍ଲେଷଣ କରିବେ । ଗଣମାଧ୍ୟମରେ କହିବା ଶୃଙ୍ଖଳିତ କର୍ମୀର ପରିଚୟ ନୁହେଁ’ ।

ସେପଟେ ବିଜେଡି ପକ୍ଷରୁ ସାରା ରାଜ୍ୟରେ ପଦଯାତ୍ରା କରାଯାଉଥିବାବେଳେ ସାମ୍ନାକୁ ଆସିଛି ରୋଚକ ଦୃଶ୍ୟ । ଯାଜପୁରର ବଡ଼ଚଣାରେ ବିଜେଡିର କନ୍ଦଳ ପଦାରେ ପଡିଛି। ବିଜେଡି ନେତା ଅମର ଶତପଥୀ ଓ ବର୍ଷା ପ୍ରିୟଦର୍ଶିନୀ ଦୁଇଟି ପୃଥକ ପୃଥକ ଯାତ୍ରା କରିଛନ୍ତି। ପୂର୍ବତନ ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ଅମର ଶତପଥୀ ବଇରୀ ଠାରେ ନିଜର ସମର୍ଥକଙ୍କ ଗହଣରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିଥିବା ବେଳେ ବିଜେଡି ନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବଇରୀରେ ପହଞ୍ଚି ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି।

ଏହି ସମୟରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖି ଅମର କହିଛନ୍ତି, ଆଜିଭଳି ଦିନରେ ସମସ୍ତେ ଏକାଠି ହୋଇଥିବାରୁ ଖୁସି ଲାଗୁଛି। ଆମେ ଗାନ୍ଧୀଙ୍କୁ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରିବା ସଂ ଉତ୍କଳମଣିଙ୍କ ଗୋପୁବନ୍ଧୁ ଦାସଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଦେଇଛୁ। ସମସ୍ତେ ମିଶି ଗାନ୍ଧୀ ବିଚାରରେ ଅନୁପ୍ରାଣିତ ହୋଇ ଗାନ୍ଧୀ ଆଦର୍ଶକୁ ଆଗେଇନେବା। ସେହିପରି ବର୍ଷା କହିଛନ୍ତି, ଆଜି ଜନସମ୍ପର୍କ ପଦଯାତ୍ରା ବିଜେଡି ତରଫରୁ ଆରମ୍ଭ ହୋଇଛି। ଏହି ପଦଯାତ୍ରାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ୨୪ବର୍ଷର ଯେଉଁ ସୁଶାସନ ଥିଲା ତାକୁ ଲୋକଙ୍କ ପାଖରେ ଆଉଥରେ ମନ ପକାଇଦେବା।

ସୂଚନାଥାଉ କି, ବିଜେଡିର ଆଜି ଜନ ସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ର୍ନିବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛନ୍ତି।

ତେବେ ପଦଯାତ୍ରା ଆରମ୍ଭରୁ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମିଛ କହି ଭାଜପା କ୍ଷମତାକୁ ଆସିଛି। ପଦ ଯାତ୍ରାରେ ଭାଜପା ସରକାରକୁ ନିଶାନା କରିଛନ୍ତି ନବୀନ। ସେମାନେ ବିଏସକଓ୍ବୋଇ ନାଁ ବଦଳାଇଛନ୍ତି, ଲୋକ ସବୁ ଜାଣନ୍ତି। ୩ଶହ ୟୁନିଟ ମାଗଣା ବିଜୁଳି, ୩ ହଜାର ଭତ୍ତା ଦେବେ କହିଥିଲେ। ମା’ ମାନଙ୍କୁ ୫୦ ହଜାର ଦେବେ କହିଥିଲେ, କେତେ ଜଣ ପାଇଲେଣି ବୋଲି ନବୀନ ପ୍ରଶ୍ନ କରିଛନ୍ତି।

ସେ ଆହୁରି କହିଛନ୍ତି, ଏ ସରକାର ଉପରେ ଲୋକଙ୍କ ଭରସା ନାହିଁ, ଲୋକ ମିଛ ଜାଣିଲେଣି। ମିଛ କହି ର୍ନିବାଚନ ଜିତିପାରନ୍ତି, କିନ୍ତୁ ଲୋକଙ୍କ ହୃଦୟ ଜିତିପାରିବେନି। ଭାଜପା ଠାରୁ ବିଜେଡି ଅଧିକ ଭୋଟ ପାଇଛି, ଆମେ ଲୋକଙ୍କ ହୃଦୟରେ ଅଛୁ। ସରକାରୀ କର୍ମଚାରୀ ରାଜଭବନରେ ବି ସୁରକ୍ଷିତ ନୁହଁନ୍ତି। ମୁଁ କ୍ଷମତାରେ ଥାଏ ବା ନଥାଏ, ଲୋକ ସେବା ଜାରି ରହିବ ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri