Posted inଖେଳ

ବାର୍ଟି-ପ୍ଲିସ୍‌କୋଭା ଫାଇନାଲ

ଲଣ୍ଡନ, ୯।୧-ଅଷ୍ଟ୍ରେଲିଆର ଆଶ୍‌ଲେ ବାର୍ଟି ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଫାଇନାଲରେ ସେ ଚେକ୍‌ ରିପବ୍ଲିକର କାରୋଲିନା ପ୍ଲିସ୍‌କୋଭାଙ୍କୁ ଭେଟିବେ। ଗୁରୁବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ବାର୍ଟି ଜର୍ମାନୀର ଆଞ୍ଜେଲିକ୍‌ କର୍ବରଙ୍କୁ ୬-୩, ୭-୬(୭/୩) ସେଟ୍‌ରେ ପରାସ୍ତ କରିଛନ୍ତି। ବାର୍ଟି ପ୍ରଥମ ସେଟ୍‌ରେ ସହଜ ବିଜୟ ହାସଲ କରିଥିଲେ ହେଁ କର୍ବର ଦ୍ୱିତୀୟ ସେଟ୍‌ରେ କଡ଼ା ଚ୍ୟାଲେଞ୍ଜ ଦେଇଥିଲେ। ତେବେ ଶେଷରେ ଭାଗ୍ୟ ବାର୍ଟିଙ୍କୁ ସାଥ୍‌ ଦେଇଥିଲା। ୨୦୧୯ରେ ଫ୍ରେଞ୍ଚ୍‌ ଓପନ ଚାମ୍ପିୟନ ବାର୍ଟି ପ୍ରଥମଥର ପାଇଁ ଓ୍ବିମ୍ବେଲଡନ ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ରାଉଣ୍ଡରେ କାର୍ଲା ସୁଆରେଜ ନାଭାରୋ, ଦ୍ୱିତୀୟ ରାଉଣ୍ଡରେ ଆନା ବ୍ଲିଙ୍କୋଭା, ତୃତୀୟ ରାଉଣ୍ଡରେ କ୍ୟାଟରିନା ସିନିଆକୋଭାଙ୍କୁ ହରାଇଥିବା ଏହି ଅଷ୍ଟ୍ରେଲୀୟ ଖେଳାଳି କ୍ୱାର୍ଟର ଫାଇନାଲରେ ନିଜ ଦେଶର ଆଜଲା ଟୋମିଜାନୋଭିକ୍‌ଙ୍କୁ ହରାଇ ସେମିଫାଇନାଲରେ ପ୍ରବେଶ କରିଥିଲେ। ସେହିପରି ପ୍ଲିସ୍‌କୋଭା ଦ୍ୱିତୀୟ ସେମିଫାଇନାଲରେ ବେଲାରୁଷର ଆରିନା ସାବାଲେଙ୍କାଙ୍କୁ ୫-୭, ୬-୪, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ପ୍ଲିସ୍‌କୋଭାଙ୍କର ଏହା ପ୍ରଥମ ଓ୍ବିମ୍ବେଲଡନ ଫାଇନାଲ ପ୍ରବେଶ। ୨୦୧୬ରେ ସେ ୟୁଏସ୍‌ ଓପନ ଫାଇନାଲରେ ପ୍ରବେଶ କରି ପରାଜିତ ହୋଇଥିଲେ। ୨୦୧୯ରେ ସେ ଅଷ୍ଟ୍ରେଲିଆନ ଓପନ ଏବଂ ୨୦୧୭ରେ ଫ୍ରେଞ୍ଚ୍‌ ଓପନର ସେମିଫାଇନାଲରୁ ବିଦାୟ ନେଇଥିଲେ।
ପୁରୁଷ ଡବଲ୍ସରେ ହୋରାସିଓ ଜେବାଲୋସ ଓ ମାର୍ସେଲ ଗ୍ରାନୋଲେର୍ସ ଯୋଡ଼ି ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ସେମିଫାଇନାଲରେ ଏହି ଯୋଡ଼ି ସିମୋନେ ବୋଲେଲି ଓ ମାକ୍ସିମୋ ଗୋଞ୍ଜାଲେଜଙ୍କୁ ୬-୪, ୬-୪, ୭-୬(୭/୩) ସେଟ୍‌ରେ ପରାସ୍ତ କରିଛନ୍ତି। ସେହିପରି ଦ୍ୱିତୀୟ ସେମିଫାଇନାଲରେ ନିକୋଲା ମେକଟିକ୍‌ ଓ ମେଟ୍‌ ପାଭିକ୍‌ ଯୋଡ଼ି ୭-୬(୮/୬), ୬-୩, ୬-୭(୨/୭), ୭-୬(୭/୫) ସେଟ୍‌ରେ ରାଜୀବ ରାମ ଓ ଜୋ ସାଲିସବୁରୀଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri