‘ଗଦର-୨’ରେ ଓଡ଼ିଶାର ବରୁଣ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): ବଲିଉଡ ଚଳଚ୍ଚିତ୍ର ‘ଗଦର-୨’ରେ ଫଲି ରେକର୍ଡିଷ୍ଟ ଭାବେ ପ୍ରସିଦ୍ଧି ଲାଭ କରିଛନ୍ତି ଓଡ଼ିଆ ପୁଅ ତଥା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବରୁଣ ମାଲବିଶୋଇ। ସେ ଓଡ଼ିଆ ଫିଲ୍ମ ‘ଦମନ’ ସମେତ ବହୁ ଭାଷାରେ ମଧ୍ୟ ଫଲି ରେକର୍ଡିଷ୍ଟ ଭାବେ କାର୍ଯ୍ୟକରି ଖ୍ୟାତି ଅର୍ଜନ କରିଛନ୍ତି। ସ୍ବର୍ଗତ ଶ୍ରୀବତ୍ସ ମାଲବିଶୋଇଙ୍କ ତୃତୀୟ ପୁତ୍ର ବରୁଣ ୧୯୯୬ରେ ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ବେଳେ ତାଙ୍କ ପିତାଙ୍କର ମୃତ୍ୟୁ ହୋଇଥିଲା। ପିତାଙ୍କଠାରୁ ଦରଜି କାମ ଶିଖି ପରିବାର ପୋଷୁଥିଲେ। ୨୦୦୦ ମସିହାରେ ଦଶମ ଶ୍ରେଣୀରେ ପଢ଼ୁଥିବା ବେଳେ ଅଧାରୁ ପାଠ ଛାଡ଼ି ଦେଇଥିଲେ। ନିଜ ପାଖରେ ରଖିଥିବା ୪୦୦ ଟଙ୍କା ଏବଂ ବନ୍ଧୁଙ୍କଠାରୁ ୫୦୦ ଟଙ୍କା କରଜ କରି ନିଜ ସ୍ବପ୍ନକୁ ପୂରଣ କରିବାକୁ ୨୦୦୨ ଜାନୁୟାରୀ ପହିଲାରେ ମୁମ୍ବାଇ ଯାତ୍ରା କରିଥିଲେ। ପ୍ରଥମେ ସେ ନଟରାଜ ଷ୍ଟୁଡିଓରେ ପହଞ୍ଚିଥିଲେ ସୁଦ୍ଧା ତାଙ୍କୁ ସେଠାରେ କିଛି କାମଧନ୍ଦା ମିଳି ନ ଥିଲା। ସେଠାକାର ଜଣେ ରାତ୍ରି ଜଗୁଆଳି ତାଙ୍କୁ ସେଠାରେ କ୍ୟାଣ୍ଟିନ ବୟ କାର୍ଯ୍ୟରେ ନିଯୁକ୍ତି କରାଇଥିଲେ। ସେହି କାର୍ଯ୍ୟ କରିବା ମଧ୍ୟରେ ସେ ଫଲି ରେକର୍ଡ କାର୍ଯ୍ୟ ଶିଖି ପରେ ଆରାଧନା ଷ୍ଟୁଡିଓରେ କାର୍ଯ୍ୟ କରିଥିଲେ। ଦୀର୍ଘଦିନ ପରେ ସେ ନିଜେ ଷ୍ଟୁଡିଓ କରି ସଫଳତାର ଶିଡ଼ି ଚଢ଼ିବାରେ ଲାଗିଛନ୍ତି। ତାଙ୍କ ସହିତ ଫଲି ରେକର୍ଡର ସହକଳାକାର ଭାବେ ଶିବଶମ୍ଭୁ ଦିଗାଳ ରହିଛନ୍ତି। ଶିବଶମ୍ଭୁଙ୍କୁ ୨୦୨୧ରେ ବରୁଣ ମୁମ୍ବାଇ ନେଇଯାଇଥିଲେ। ସେଠାରେ ଏହି କାର୍ଯ୍ୟ ଶିଖିବା ପରେ ଦୁହେଁ ଏବେ ସଫଳତା ହାସଲ କରିଛନ୍ତି। ଫଲି ରେକର୍ଡ ହେଉଛି ଏଭଳି ଏକ କଳା, ଯାହାକି ନାୟକଠାରୁ ଆରମ୍ଭ କରି ଅଭିନୟ କରୁଥିବା ସମସ୍ତ କଳାକାରଙ୍କ ଚାଲିଚଳଣ, ଚଳଚ୍ଚିତ୍ରରେ ବ୍ୟବହାର କରାଯାଉଥିବା ଯନ୍ତ୍ର ବା ବସ୍ତୁର ଶବ୍ଦକୁ ଅବିକଳ କରିବା ଆଦି ଶବ୍ଦକୁ ଫଲି କଳାକାର ପରଦା ପଛରେ ରହି ଜୀବନ୍ତ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri