ଏଥର ଜମିବ ବରୁଣେଇ ରଜ ମହୋତ୍ସବ

ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧାର ବରୁଣେଇ ପୀଠରେ ଚଳିତ ବର୍ଷ ଜମିବ ରଜ ମହୋତ୍ସବ। କରୋନା ସଂକ୍ରମଣ ହ୍ରାସ ପରେ ଚଳିତବର୍ଷ ମହୋତ୍ସବ ଆୟୋଜନ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ପ୍ରଶାସନ ଏବଂ ସାମାଜିକ ଅନୁଷ୍ଠାନ ଦିଶାନ୍ତ ପକ୍ଷରୁ ମିଳିତ ଆନୁକୂଲ୍ୟରେ ୧୪ତମ ରଜ ମହୋତ୍ସବକୁ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏନେଇ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରଜ ସଂକ୍ରାନ୍ତିଠାରୁ ତିନିଦିନ ଧରି ହେବାକୁ ଥିବା ମହୋତ୍ସବର କାର୍ଯ୍ୟସୂଚୀ ସମ୍ପର୍କରେ ଆଲୋଚନା କରାଯାଇଥିଲା।
୧୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବିଭିନ୍ନ ପ୍ରତିଯୋଗିତା ଏବଂ ସନ୍ଧ୍ୟା ୫ଟାରୁ ୮ଟା ପର୍ଯ୍ୟନ୍ତ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ପିଲାଙ୍କ ମଧ୍ୟରେ ରଜଦୋଳି, ରଜପାନ ଭଙ୍ଗା, ହୁଳହୁଳି, ପୁଚି, କବାଡ଼ି ଆଦି ପ୍ରତିଯୋଗିତା ଆୟୋଜନ କରାଯିବ। ଏଥିସହ ରଜଦୋଳି ନୃତ୍ୟ, ଆଧୁନିକ ନୃତ୍ୟ, ଭଜନ ସମାରୋହ, ମେଲୋଡି, ଛଉ ଓ ଗୋଟିପୁଅ, ଓଡ଼ିଶୀ ଏବଂ ସଙ୍ଗ୍‌ ଆଣ୍ଡ ଡ୍ରାମା ଡିଭିଜନ ଓ ଓଡ଼ିଶା ରିସର୍ଚ୍ଚ ସେଣ୍ଟର କଳାକାରଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯିବ। ଜିଲା ସଂସ୍କୃତି ବିଭାଗ, ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପାଇକ ଆଖଡ଼ା ଓ ସଂକୀର୍ତ୍ତନ ସମାରୋହ ଆୟୋଜନ କରାଯିବ। ଦୁଇବର୍ଷ ପରେ ଏହି ପୀଠରେ ମହୋତ୍ସବ ଆୟୋଜନ ହେଉଥିବାରୁ ପ୍ରବଳ ଜନସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ଟ୍ରାଫିକ୍‌, ଭିଡ଼ ନିୟନ୍ତ୍ରଣ ଏବଂ ଆଇନଶୃଙ୍ଖଳା ଉପରେ ଗୁରୁତ୍ୱ ଦିଆଯିବ। ଅଧିକ ସଂଖ୍ୟକ ପୋଲିସ ମୁତୟନ କରାଯିବ ବୋଲି ଏଏସ୍‌ପି ମୁର୍ମୁ କହିଛନ୍ତି। ଜନସ୍ବାସ୍ଥ୍ୟ ଓ ପୌରପାଳିକା ପକ୍ଷରୁ ଟ୍ୟୁବ୍‌ଓ୍ବେଲ ମରାମତି ସହ ପାଣି ଟ୍ୟାଙ୍କର ବ୍ୟବସ୍ଥା କରାଯିବ। ପୌରପାଳିକା ପକ୍ଷରୁ ଜାତୀୟ ରାଜପଥ ଏବଂ ଉତ୍ସବ ସ୍ଥଳରେ ୨ଟି ତୋରଣ ନିର୍ମାଣ, ଆଲୋକୀକରଣ ଓ ପରିମଳ, ବରୁଣେଇ ମନ୍ଦିର ପାର୍ଶ୍ୱ ପରିଷ୍କାର, ବରୁଣେଇ ଛକରୁ ପାଦଦେଶ ପର୍ଯ୍ୟନ୍ତ ଆଲୋକୀକରଣ, ଦୋକାନ ଓ ଷ୍ଟଲ୍‌ରେ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା କରିବେ। ଉତ୍ସବ ସ୍ଥଳରେ ଆବଶ୍ୟକ ବିଦ୍ୟୁତ୍‌ ସଂଯୋଗ ଲାଗି ବିଭାଗ ନିର୍ବାହୀଯନ୍ତ୍ରୀ ବ୍ୟବସ୍ଥା କରିବେ। ଅଗ୍ନିଶମ ସେବାସଂସ୍ଥା ପକ୍ଷରୁ ମଞ୍ଚ, ଷ୍ଟଲ୍‌ ଏବଂ ଦୋକାନ ପାଇଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା କରିବେ। ଜିଲା ସ୍ବାସ୍ଥ୍ୟ ବିଭାଗ ପ୍ରାଥମିକ ଚିକିତ୍ସା କେନ୍ଦ୍ର ଓ ଆମ୍ବୁଲାନ୍ସ ବ୍ୟବସ୍ଥା କରିବ। ମହୋତ୍ସବକୁ ଅଧିକ ଆକର୍ଷଣୀୟ ଲାଗି ଷ୍ଟଲ୍‌ ଖୋଲାଯିବ। ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ମହିଳା ମହାବିଦ୍ୟାଳୟର ରୋଭର୍ସ ଓ ସ୍କାଉଟ୍ସ ଗାଇଡ୍ସଙ୍କୁ ନିୟୋଜିତ କରାଯିବ। ଓଟିଡିସି ପକ୍ଷରୁ ଏକ ସ୍ବତନ୍ତ୍ର ଷ୍ଟଲ୍‌ ପାଇଁ ଅନୁରୋଧ କରାଯିବା ଲାଗି ନିଷ୍ପତ୍ତି ହୋଇଛି। ଅତିରିକ୍ତ ଜିଲାପାଳ ମନୋଜ ପାଢୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର, ପୌରାଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି, ଉପାଧ୍ୟକ୍ଷ ସୌର୍ଯ୍ୟରଞ୍ଜନ ମହାନ୍ତି, ଅତିରିକ୍ତ ଏସ୍‌ପି ଏସ୍‌.ଏନ୍‌. ମୁର୍ମୁ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ବୈଠକ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଡିଓ ରୁମାନା ଜାଫ୍ରି, ବିଇଓ ସନ୍ଧ୍ୟାରାଣୀ ରାଉତ, ଟାଉନ ଥାନା ଅଧିକାରୀ ସଞ୍ଜୟ ପଟ୍ଟନାୟକଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ଦିଶାନ୍ତର ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri