ପୁରୀ ଜିଲାର ୪ ଶିକ୍ଷକଙ୍କୁ ବସନ୍ତ ବିଶ୍ୱାଳ ପୁରସ୍କାର

ପୁରୀ ଅଫିସ, ୯ା୯: ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଓ ଗାଇଡ୍ସର ପୂର୍ବତନ ରାଜ୍ୟ ସଭାପତି ସ୍ବର୍ଗତ ବସନ୍ତ କୁମାର ବିଶ୍ୱାଳଙ୍କ ସ୍ମୃତିରେ ବସନ୍ତ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ବିଧାନସଭା ସଚିବ ଦାଶରଥି ଶତପଥୀ ଏବଂ ସମ୍ମାନିତ ଅତିଥି ଭାବେ ଓଡ଼ିଶା ଷ୍ଟେଟ୍‌ ଭାରତ ସ୍କାଉଟ୍‌ ଓ ଗାଇଡ୍ସର ରାଜ୍ୟ ମୁଖ୍ୟ କମିଶନର ତଥା ଜାତୀୟ ଉପସଭାପତି କାଳୀପ୍ରସାଦ ମିଶ୍ର ଯୋଗଦେଇଥିଲେ। ବିଭିନ୍ନ ଜିଲାରୁ ମନୋନୀତ ହୋଇଆସିଥିବା ସ୍କାଉଟ୍‌ ମାଷ୍ଟର, କବ ମାଷ୍ଟର, ଗାଇଡ୍‌ କ୍ୟାପଟେନ ଓ ଫ୍ଲକ୍‌ ଲିଡରଙ୍କୁ ବସନ୍ତ କୁମାର ବିଶ୍ୱାଳ ପୁରସ୍କାର ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରେ ପୁରୀ ଶ୍ୱେତଗଙ୍ଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଜୟଲକ୍ଷ୍ମୀ ଦାଶ, ପିପିଲି ସରସ୍ବତୀ ଶିଶୁ ମନ୍ଦିରର ଶିକ୍ଷୟିତ୍ରୀ ଅନ୍ନପୂର୍ଣ୍ଣା ଜେମା, ଅସ୍ତରଙ୍ଗ ବାଲିଦୋକାନସ୍ଥିତ ବଟେଶ୍ୱର ନୋଡାଲ ହାଇସ୍କୁଲ୍‌ର ଶିକ୍ଷକ ରାଜକିଶୋର ସେନାପତି ଓ ସିରେଇ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜିତେନ୍ଦ୍ର କୁମାର ପେଣ୍ଠୋଇ ଏହି ସମ୍ମାନ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri