ତୁଟିଲା ବାସନ୍ତୀ ଦୁର୍ଗାଙ୍କ ଯଜ୍ଞକୁଣ୍ଡ ଜମି ବିବାଦ

ତିହିଡ଼ି,୧୫।୫ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଦୌଲତପୁର ପଞ୍ଚାୟତର ପୀରହାଟ ବଜାରରେ ଥିବା ମା’ ବାସନ୍ତୀ ଦୁର୍ଗାଙ୍କ ଯଜ୍ଞକୁଣ୍ଡ ଜମିକୁ ନେଇ ଲାଗି ରହିଥିବା ବିବାଦ ତୁଟିଛି। ଏହି ଜମି ସର୍ବସାଧାରଣଙ୍କ ବ୍ୟବହାର ପାଇଁ ଉଦ୍ଦିଷ୍ଟ ରହିବ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ଏହି ରାୟ ପରେ ପୂଜା କମିଟି ସଦସ୍ୟଙ୍କ ସମେତ ସ୍ଥାନୀୟ ଅଞ୍ଚଳର ଶ୍ରଦ୍ଧାଳୁଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।
ଯେ, ତିହିଡ଼ି ତହସିଲ ଅଧୀନ ମାଲପୁର ମୌଜାର ଖାତା ନଂ. ୩୨୩ ଏବଂ ପ୍ଲଟ ନଂ. ୪୮୮/୧୧୬୮ରେ ୧୨ ଡେସିମିଲ ଜମି ରହିଛି। ଉକ୍ତ ଜାଗାରେ ୧୯୪୮ଠାରୁ ମା’ ବାସନ୍ତୀ ଦୁର୍ଗାଙ୍କ ବାର୍ଷିକ ପୂଜାବିଧି ସହ ଯଜ୍ଞାଦି କାର୍ଯ୍ୟ ଅନୁଷ୍ଠିତ ହୋଇଆସୁଛି। ତେବେ ଭଦ୍ରକର ଜଣେ ବ୍ୟକ୍ତି ଚଞ୍ଚକତା ପୂର୍ବକ ଉକ୍ତ ଜମିକୁ ମାଲପୁର ଗ୍ରାମର ଜଣେ ବ୍ୟକ୍ତିଙ୍କୁ ବିକି ଦେଇଥିଲେ। ଏଥିରେ ଅସନ୍ତୋଷ ପ୍ରକାଶ କରି ପୂଜା କମିଟିର କର୍ମକର୍ତ୍ତା ଆଇନର ଆଶ୍ରୟ ନେଇଥିଲେ। ଭଦ୍ରକର ମୁନସବ ଓ ଜଜ୍‌କୋର୍ଟରେ ଏହାର ବିଚାର ହୋଇଥିଲେ ମଧ୍ୟ ରାୟ ଜମି କ୍ରେତାଙ୍କ ସପକ୍ଷରେ ଯାଇଥିଲା। ପରେ କମିଟି କର୍ମକର୍ତ୍ତା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟରେ ଏହି ମକଦ୍ଦମା (ନଂ. ଆର୍‌ଏସ୍‌ଏ ୨୪୪/୨୦୧୪ ) କିଛିବର୍ଷ ଚାଲିବା ପରେ ହାଇକୋର୍ଟ ନିମ୍ନ କୋର୍ଟ ରାୟକୁ ରଦ୍ଦ କରିବା ସହ ଉକ୍ତ ଜମି ପୂର୍ବପରି ସର୍ବସାଧାରଣଙ୍କ ଯଜ୍ଞକୁଣ୍ଡ ରୂପେ ବ୍ୟବହାର ହେବ ବୋଲି ନିକଟରେ ରାୟ ପ୍ରଦାନ କରିଛନ୍ତି। ଏହି ପରିପ୍ରକ୍ଷୀରେ ମା’ଙ୍କ ପୀଠରେ ଆସନ୍ତା ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ରୁଦ୍ର ମହାଯଜ୍ଞ ଅନୁଷ୍ଠିତ ହେବ ବୋଲି କମିଟି କର୍ମକର୍ତ୍ତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri