ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ବଳନ କରିଥିଲେ। ଗୁରୁବାର ମା’ ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତଙ୍କ ସମାଗମ ହୋଇଛି।