ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ ପହଞ୍ଚି ମା’ ସମଲେଶ୍ବରୀଙ୍କ ଦର୍ଶନ କରୁଛନ୍ତି। ଦେବୀଙ୍କ ପୀଠରେ ସକାଳୁ ଭକ୍ତଙ୍କ ସମାଗମ ହୋଇଛି।

Dharitri – Odisha’s No.1 Odia Daily

Share