ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ ହୋଇଛି। ଗୁରୁବାର ଅତି ନିଷ୍ଠା ଓ ପାରମ୍ପରିକ ରୀତିନୀତି ଅନୁଯାୟୀ ମା’ଙ୍କ ପୀଠରେ ‘ଖଣ୍ଡାଧୁଆ’ ଏବଂ ‘କଳସ ଆବାହନ’ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଯାଇଛି।

ନବରାତ୍ରର ଆଦ୍ୟ ପର୍ବ ଭାବେ ମନ୍ଦିରର ପୂଜକ ଓ ସେବାୟତମାନେ ଶୁଦ୍ଧପୂତ ଭାବେ ମା’ଙ୍କ ପାରମ୍ପରିକ ଅସ୍ତ୍ର ‘ଖଣ୍ଡା’କୁ ଧରି ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରିଥିଲେ। ଶୋଭାଯାତ୍ରାଟି ଜୀରା ନଦୀ ଅଭିମୁଖେ ଯାଇଥିଲା, ଯେଉଁଠାରେ ନଦୀର ପବିତ୍ର ଜଳରେ ମା’ଙ୍କ ଖଣ୍ଡାକୁ ସ୍ନାନ କରାଯାଇ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା।ନଦୀରୁ ଜଳ ନେଇ ଫେରିବା ପରେ ମନ୍ଦିର ପ୍ରାଙ୍ଗଣରେ ମନ୍ତ୍ରୋଚାରଣ ପୂର୍ବକ ଘଟ ସ୍ଥାପନ ଓ କଳସ ଆବାହନ କରାଯାଇଥିଲା। ଏହାସହ ଆଗାମୀ ନଅ ଦିନିଆ ନବରାତ୍ର ପୂଜା ପାଇଁ ବିଧିବଦ୍ଧ ଭାବେ ସଂକଳ୍ପ କରାଯାଇଛି।

ମା’ଙ୍କର ଏହି ଦୁର୍ଲଭ ‘ଖଣ୍ଡାଧୁଆ’ ନୀତି ଓ କଳସ ଶୋଭାଯାତ୍ରା ଦର୍ଶନ ପାଇଁ ରାଜରାସ୍ତାରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଥିଲା। ‘ଜୟ ମା’ ସମଲେଶ୍ୱରୀ’ ଧ୍ୱନିରେ ସହରର ପରିବେଶ ଆଧ୍ୟାତ୍ମିକମୟ ହୋଇଉଠିଛି। ମନ୍ଦିର ପ୍ରାଙ୍ଗଣରେ ମଧ୍ୟ ଭକ୍ତମାନେ ମା’ଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି।

ଆଗାମୀ ନଅ ଦିନ ପର୍ଯ୍ୟନ୍ତ ମା’ଙ୍କ ପୀଠରେ ସ୍ୱତନ୍ତ୍ର ପୂଜାପାଠ, ଚଣ୍ଡୀପାଠ ଓ ବିଭିନ୍ନ ବେଶ ଅନୁଷ୍ଠିତ ହେବ। ବାସନ୍ତୀକ ନବରାତ୍ର ଅବସରରେ ମା’ଙ୍କୁ ଦର୍ଶନ କଲେ ପୁଣ୍ୟ ପ୍ରାପ୍ତି ହୁଏ ବୋଲି ସାଧାରଣରେ ବିଶ୍ୱାସ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri