Posted inଜାତୀୟ

କର୍ନାଟକରେ ଭାଜପା ହରିବା ନେଇ ନିଜକୁ ଦାୟୀ କଲେ ବୋମ୍ମାଇ

ବେଙ୍ଗାଲୁରୁ,୧୭।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟ ହୋଇଛି। ଯାହା ପରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ମନ୍ଥନ ଚାଲିଛି। ଏହି ସମୟରେ ଭାଜପା ହାରିବାର କାରଣ ଦର୍ଶାଇ ନିଜକୁ ଦାୟୀ ବୋଲି କହିଛନ୍ତି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ। ସେ କହିଛନ୍ତି କଂଗ୍ରେସ ଏହାର ପ୍ରଚାର ଅଭିଯାନ ଶୀଘ୍ର ଆରମ୍ଭ କରିଦେଇଥିଲା। ସାଧାରଣ ଜନତା ମାଗଣା ଉପହାର ପଛରେ ପଡିଗଲେ। ବ୍ୟକ୍ତିଗତ ଭାବେ ମୁଁ ଅନୁଭବ କରୁଛି ଯେ କଂଗ୍ରେସ ଅଧିକ ସଂଗଠିତ ହୋଇଛି। ଭାଜପା ପୁର୍ବରୁ କଂଗ୍ରେସ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ କରିଥିଲା। ଭାଜପା ସରକାର ଅନେକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ ମଧ୍ୟ ସଠିକ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚିପାରିଲା ନାହିଁ।

ବୋମ୍ମାଇ କହିଛନ୍ତି, ଜେଡିଏସର ପାଞ୍ଚ ପ୍ରତିଶତ ଭୋଟ କଂଗ୍ରେସ ଆଡକୁ ଯାଇଛି। ୨୦୧୮ଠାରୁ ଭାଜପା ନିଜର ୩୬ ପ୍ରତିଶତ ଭୋଟ ଅଂଶ ବଜାୟ ରଖିଛି, କିନ୍ତୁ କଂଗ୍ରେସର ଭୋଟ ଅଂଶ ୩୮.୧ ପ୍ରତିଶତରୁ ୪୨.୯ ପ୍ରତିଶତକୁ ବୃଦ୍ଧି ପାଇଛି। ଜେଡିଏସଙ୍କ ଭୋଟ ଅଂଶ ୧୮.୩ ରୁ ୧୩.୩ ପ୍ରତିଶତକୁ ଖସି ଆସିଛି। ଭାଜପାର ଉନ୍ନତି ପାଇଁ କିଛି ମାସ ଲାଗିବ ବୋଲି ବୋମ୍ମାଇ କହିଛନ୍ତି। ବଡ କଥା ହେଉଛି ଆମକୁ ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri