ବଦଳିଲେ ବାସେଳିସାହି ଥାନା ଅଧିକାରୀ

ପୁରୀ ଅଫିସ,୭ା୧୨: ବାସେଳିସାହି ଥାନା ଆଇଆଇସି ଜୀବନାନନ୍ଦ ଜେନାଙ୍କୁ ଶେଷରେ ରବିବାର ବଦଳି କରାଯାଇଛି। ଜେନାଙ୍କୁ ପୁରୀ ଜିଲା ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ କରାଯାଇଛି। ବହୁ ଚର୍ଚ୍ଚିତ ପୁରୀ ହାଜତ ମୃତ୍ୟୁ ଘଟଣା ନେଇ ବାସେଳିସାହି ଥାନା ଅଧିକାରୀଙ୍କୁ ବଦଳି କରିବା ଲାଗି ଦାବି ହୋଇଆସୁଥିଲା। ଜେନାଙ୍କ ସ୍ଥାନରେ ବଳଙ୍ଗା ଥାନା ଆଇଆଇସି ସଞ୍ଜୀବ କୁମାର ପ୍ରଧାନଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି କୁମ୍ଭାରପଡ଼ା ଥାନା ଆଇଆଇସି କୁଳମଣି ସେଠୀଙ୍କୁ ବଦଳି କରାଯାଇ ବଳିଆପଣ୍ଡା ଥାନା ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି। ବଳିଆପଣ୍ଡା ଥାନା ଆଇଆଇସି ଚିନ୍ମୟ ରାଉତଙ୍କୁ ସି-ବିଚ୍‌ ଥାନା ଅଧିକାରୀ ଭାବେ ନିଯୁକ୍ତି ମିଳିଛି। କୁମ୍ଭାରପଡ଼ା ଥାନା ଏସ୍‌ଆଇ ସମରେନ୍ଦ୍ର ପାଇକରାୟଙ୍କୁ ବଦଳି କରାଯାଇ ବଳଙ୍ଗା ଥାନା ଓଆଇସି (ଅଫିସର୍‌ ଇନ୍‌ ଚାର୍ଜ) ଭାବେ ନିଯୁକ୍ତି ଦିଆଯାଇଛି।
ସୂଚନାଯୋଗ୍ୟ, କେ.ରମେଶ ନାମକ ଜଣେ ଯୁବକ ପୋଲିସ ହେପାଜତରେ ଥିବାବେଳେ ପ୍ରାଣ ହରାଇଥିଲେ। ପୋଲିସ ମାଡ଼ରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହାକୁ ନେଇ ମୃତକଙ୍କ ପରିବାର ସମେତ ବିଭିନ୍ନ ସଙ୍ଗଠନ ଓ ରାଜନୈତିକ ଦଳ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏହି ଘଟଣାରେ ପ୍ରଥମେ ତତ୍କାଳୀନ ଏସ୍‌ପି ଅଖିଳେଶ ସିଂଙ୍କୁ ବଦଳି କରାଯିବା ସହ ବାସେଳିସାହି ଥାନାର ୨ଜଣ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଥିଲା। ତେବେ ଥାନା ଆଇଆଇସିଙ୍କୁ ବଦଳି କରା ନ ଗଲେ ତଦନ୍ତ ବାଟବଣା ହେବ ବୋଲି ବିଭିନ୍ନ ସଙ୍ଗଠନ ଅଭିଯୋଗ କରିଆସୁଥିଲେ। ଅନ୍ୟପକ୍ଷରେ ଆଉ କେତେକ ଅନୁଷ୍ଠାନ ଆଇଆଇସିଙ୍କୁ ବଦଳି ନ କରିବା ନେଇ ଦାବି କରୁଥିଲେ। ହେଲେ ଶେଷରେ ଘଟଣାର ୧୬ଦିନ ପରେ ଥାନା ଅଧିକାରୀ ଜେନାଙ୍କୁ ବଦଳି କରାଯାଇଛି। ଇତିମଧ୍ୟରେ ରମେଶଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିସାରିଛି। ତାଙ୍କ ଶରୀରରେ ୧୬ଟି ଆଘାତ ଚିହ୍ନ ଥିବାବେଳେ ମୁଣ୍ଡରେ ରକ୍ତଜମାଟ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏହି ରିପୋର୍ଟ ଅନୁଯାୟୀ ଏବେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?