ବଦଳିଲେ ବାସେଳିସାହି ଥାନା ଅଧିକାରୀ

ପୁରୀ ଅଫିସ,୭ା୧୨: ବାସେଳିସାହି ଥାନା ଆଇଆଇସି ଜୀବନାନନ୍ଦ ଜେନାଙ୍କୁ ଶେଷରେ ରବିବାର ବଦଳି କରାଯାଇଛି। ଜେନାଙ୍କୁ ପୁରୀ ଜିଲା ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ କରାଯାଇଛି। ବହୁ ଚର୍ଚ୍ଚିତ ପୁରୀ ହାଜତ ମୃତ୍ୟୁ ଘଟଣା ନେଇ ବାସେଳିସାହି ଥାନା ଅଧିକାରୀଙ୍କୁ ବଦଳି କରିବା ଲାଗି ଦାବି ହୋଇଆସୁଥିଲା। ଜେନାଙ୍କ ସ୍ଥାନରେ ବଳଙ୍ଗା ଥାନା ଆଇଆଇସି ସଞ୍ଜୀବ କୁମାର ପ୍ରଧାନଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି କୁମ୍ଭାରପଡ଼ା ଥାନା ଆଇଆଇସି କୁଳମଣି ସେଠୀଙ୍କୁ ବଦଳି କରାଯାଇ ବଳିଆପଣ୍ଡା ଥାନା ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି। ବଳିଆପଣ୍ଡା ଥାନା ଆଇଆଇସି ଚିନ୍ମୟ ରାଉତଙ୍କୁ ସି-ବିଚ୍‌ ଥାନା ଅଧିକାରୀ ଭାବେ ନିଯୁକ୍ତି ମିଳିଛି। କୁମ୍ଭାରପଡ଼ା ଥାନା ଏସ୍‌ଆଇ ସମରେନ୍ଦ୍ର ପାଇକରାୟଙ୍କୁ ବଦଳି କରାଯାଇ ବଳଙ୍ଗା ଥାନା ଓଆଇସି (ଅଫିସର୍‌ ଇନ୍‌ ଚାର୍ଜ) ଭାବେ ନିଯୁକ୍ତି ଦିଆଯାଇଛି।
ସୂଚନାଯୋଗ୍ୟ, କେ.ରମେଶ ନାମକ ଜଣେ ଯୁବକ ପୋଲିସ ହେପାଜତରେ ଥିବାବେଳେ ପ୍ରାଣ ହରାଇଥିଲେ। ପୋଲିସ ମାଡ଼ରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏହାକୁ ନେଇ ମୃତକଙ୍କ ପରିବାର ସମେତ ବିଭିନ୍ନ ସଙ୍ଗଠନ ଓ ରାଜନୈତିକ ଦଳ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏହି ଘଟଣାରେ ପ୍ରଥମେ ତତ୍କାଳୀନ ଏସ୍‌ପି ଅଖିଳେଶ ସିଂଙ୍କୁ ବଦଳି କରାଯିବା ସହ ବାସେଳିସାହି ଥାନାର ୨ଜଣ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଥିଲା। ତେବେ ଥାନା ଆଇଆଇସିଙ୍କୁ ବଦଳି କରା ନ ଗଲେ ତଦନ୍ତ ବାଟବଣା ହେବ ବୋଲି ବିଭିନ୍ନ ସଙ୍ଗଠନ ଅଭିଯୋଗ କରିଆସୁଥିଲେ। ଅନ୍ୟପକ୍ଷରେ ଆଉ କେତେକ ଅନୁଷ୍ଠାନ ଆଇଆଇସିଙ୍କୁ ବଦଳି ନ କରିବା ନେଇ ଦାବି କରୁଥିଲେ। ହେଲେ ଶେଷରେ ଘଟଣାର ୧୬ଦିନ ପରେ ଥାନା ଅଧିକାରୀ ଜେନାଙ୍କୁ ବଦଳି କରାଯାଇଛି। ଇତିମଧ୍ୟରେ ରମେଶଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିସାରିଛି। ତାଙ୍କ ଶରୀରରେ ୧୬ଟି ଆଘାତ ଚିହ୍ନ ଥିବାବେଳେ ମୁଣ୍ଡରେ ରକ୍ତଜମାଟ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏହି ରିପୋର୍ଟ ଅନୁଯାୟୀ ଏବେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ...

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।...

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ...

‘ଆଉ ତତେ ଗ୍ରହଣ କରିବି ନାହିଁ’

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅଧୀନ ଥୁଆଙ୍ଗପଦର ଗ୍ରାମରେ ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ମଙ୍ଗଳବାର ସମ୍ପନ୍ନ ହୋଇଯାଇଛି। ପରମ୍ପରା...

କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ

ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା...

ଟିଟିଲାଗଡ଼: ବଢ଼ିଲା ସୁରେନ୍ଦ୍ରଙ୍କ ବିଜେଡିରେ ଯୋଗଦାନ ଚର୍ଚ୍ଚା

ସଇଁତଲା,୨୮ା୩(ରାଖାଲ ପ୍ରସାଦ ଶତପଥୀ): ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳଗୁଡ଼ିକ ଭିତରେ ଆଶାୟୀଙ୍କ ପ୍ରାର୍ଥୀ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଭାଜପା ଲୋକ ସଭା ସଦସ୍ୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri