ଦିଗପହଣ୍ଡିରେ ବାସି ଗୁଣ୍ଡିଚା ଯାତ୍ରା ପରମ୍ପରା: ରଥ ଟାଣିଲେ ସହସ୍ରାଧିକ ଶ୍ରଦ୍ଧାଳୁ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅନେକ ବର୍ଷ ପୂର୍ବରୁ ଚାଲି ଆସିଥିବା ବାସି ଗୁଣ୍ଡିଚା ଯାତ ଅନୁଷ୍ଠିତ ହୋଇଯାଇଛି। ପରମ୍ପରା ଅନୁଯାୟୀ ଶନିବାର ଅପରାହ୍ନ ୪ଟା ୪୫ ମିନିଟରେ ରଥଟଣା ଆରମ୍ଭ ହୋଇଥିଲା। ପାଗ ଅନୁକୂଳ ରହିଥିବା ଯୋଗୁଁ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ପ୍ରଥମେ ଶ୍ରୀ ଜଗନ୍ନାଥଙ୍କ ବଡରଥ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡିବା ଆରମ୍ଭ କରିଥିଲା।ରଥର ବେଗ ଏବଂ ମୋଡ ନିୟନ୍ତ୍ରଣ କରିବା ପାଇଁ ବିଶ୍ବକର୍ମା ସେବକ ବୃନ୍ଦ ନିୟୋଜିତ ଥିବା ବେଳେ ଭିଡ ନିୟନ୍ତ୍ରଣ ତଥା ଶୃଙ୍ଖଳିତ ରଥଟଣା ସମ୍ପନ୍ନ ପାଇଁ ଦିଗପହଣ୍ଡି ପୋଲିସ, ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ସ୍ବେଚ୍ଛାସେବୀ ଯୁବକ ଉପସ୍ଥିତ ରହି ଏଥିରେ ସହଯୋଗ କରିଥିଲେ। ସା ୬ଟା ବେଳେ ବଡରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀ ଦଧିବାମନ ଜଗନ୍ନାଥ ମହାପ୍ରଭୁଙ୍କ ବିଜେ ସାନରଥକୁ ଶ୍ରଦ୍ଧାଳୁ ମାନେ ଟାଣିବା ଆରମ୍ଭ କରିଥିଲେ।ମାତ୍ର ୪୦ ମିନିଟ ସମୟ ମଧ୍ୟରେ ସାନରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚି ଯାଇଥିଲା। ରଥଟଣା ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇଥିବା ଯୋଗୁ ଯାତ୍ରା ପରିଚାଳକ ଦେବୀପ୍ରସାଦ ରଥ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri