ବରୁଣେଇ ପୀଠରେ ମିଳୁନି ମୌଳିକ ସୁବିଧା: ପାଣି ଟ୍ୟାପ୍‌ ଅଚଳ, ମନ୍ଦିର ପାହାଚ ଫାଟି ଆଁ

ଖୋର୍ଦ୍ଧା ଅଫିସ, ୨ା୧: ଖୋର୍ଦ୍ଧା ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେଉଛି ବରୁଣେଇ ପୀଠ। ଶୀତଋତୁ ଆସିଗଲେ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଜମେ। ପର୍ଯ୍ୟଟକମାନେ ମା’ ବରୁଣେଇ ଓ କରୁଣେଇଙ୍କ ଦର୍ଶନ ସହ ପାହାଡ଼ ଉପରେ ବୁଲି ପ୍ରାକୃତିକ ପରିବେଶ ଉପଭୋଗ କରନ୍ତି। ସେହିପରି ବଣଭୋଜିର ଆୟୋଜନ ମଧ୍ୟ କରିଥାନ୍ତି। ଏଠାରେ ବଣଭୋଜି ପାଇଁ ପ୍ରଶାସନ ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ସୁବିଧା କରାଯାଇଛି। ବର୍ତ୍ତମାନ କୋଭିଡ୍‌ କଟକଣା କୋହଳ ପରେ ବରୁଣେଇ ପୀଠ ଖୋଲିଲାଣି। ଧୀରେ ଧୀରେ ପର୍ଯ୍ୟଟକଙ୍କ ଆଗମନ ମଧ୍ୟ ଆରମ୍ଭ ହେଲାଣି। ତେବେ ଏହି ପୀଠରେ କେତେକ ସମସ୍ୟା ଦୂର ହୋଇପାରିନାହିଁ। ପାନୀୟଜଳ ଟ୍ୟାପ୍‌ ଅଚଳ ହୋଇପଡ଼ିଥିବାବେଳେ ବରୁଣେଇ ମନ୍ଦିରକୁ ଯିବା ଲାଗି ଉଦ୍ଦିଷ୍ଟ ପାହାଚ ଫାଟି ଆଁ କରିଛି। ପାହାଚରେ ଗଛ ଭାଙ୍ଗି କାଠଗଣ୍ଡି ପଡ଼ିରହିଛି। ବରୁଣେଇରୁ ଜଳସ୍ରୋତ ବୋହି ଆସି ରାସ୍ତାରେ ଜମି ଶିଉଳି ଲାଗିଛି। ଫଳରେ ପର୍ଯ୍ୟଟକମାନେ ପୀଠକୁ ଯାତାୟାତ ଲାଗି ହଇରାଣ ହେଉଛନ୍ତି।

ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଶୀର୍ଷତା ହାସଲ ଲାଗି ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ଅଭିଯାନ ଚାଲିଛି। ତେବେ ଏହି ପୀଠର ସ୍ବଚ୍ଛତା ପ୍ରତି ପୌର ପ୍ରଶାସନ ବିଶେଷ ଧ୍ୟାନ ଦେଉ ନ ଥିବା ମନେହେଉଛି। କାରଣ ଏଠାକାର ସ୍ବଚ୍ଛତା ଦାୟିତ୍ୱ ଏକ ଘରୋଇ ସଂସ୍ଥାକୁ ଦିଆଯାଇଛି। ସମ୍ପୃକ୍ତ ସଂସ୍ଥା ଠିକ୍‌ ଭାବେ ଦାୟିତ୍ୱ ତୁଲାଉ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ଫଳରେ ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଭୁବନେଶ୍ୱରରୁ ଏଠାକୁ ବୁଲି ଆସିଥିବା ଗଗନ ଦାସ କହିଛନ୍ତି, ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ଏହି ରାସ୍ତାର ଉଭୟ ପାଶର୍‌ବରେ ଗାଡ଼ି ପାର୍କିଂ ଯୋଗୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଯାତାୟାତ ବେଳେ ପର୍ଯ୍ୟଟକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି କରୋନା କଟକଣା ଯୋଗୁ ଏହି ପୀଠ ଦୀର୍ଘ ୯ ମାସ ଧରି ବନ୍ଦ ରହିଥିଲା। ଫଳରେ ଉକ୍ତ ସ୍ଥାନ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ବନ ବିଭାଗର ନିଷ୍କ୍ରିୟତା ଯୋଗୁ ବରୁଣେଇ ପାହାଡ଼ ପଦା ହେବାରେ ଲାଗିଛି। ଦୈନିକ ପ୍ରାୟ ଲକ୍ଷାଧିକ ଟଙ୍କାର କାଠ ଚୋରା ଚାଲାଣ ହେଉଛି। କରୋନା ସମୟରେ କୋଟିଏରୁ ଊଦ୍ଧର୍‌ବ ମୂଲ୍ୟର କାଠ ଚୋରି ହୋଇଥିବା ଜଣାପଡ଼ିଛି। ଗୋଟିଏ ପଟେ ପର୍ଯ୍ୟଟକଙ୍କୁ ମୌଳିକ ସୁବିଧା ମିଳୁ ନ ଥିବା ବେଳେ ଅନ୍ୟପଟେ ଏହାର ମନୋରମ ପ୍ରାକୃତିକ ପରିବେଶ ନଷ୍ଟ ହେବାରେ ଲାଗିଛି। ପର୍ଯ୍ୟଟନ ବିଭାଗ କେବଳ ନାମଫଳକ ଟାଙ୍ଗିଦେଇ କାମ ସାରିଦେଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏହା ନିଜର ଗୌରବ ହରାଇବାକୁ ବସିଛି। ଏ ନେଇ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀଙ୍କୁ ପଚରିବାରେ କହିଛନ୍ତି, କରୋନା ଲାଗି ଏହି ସ୍ଥାନକୁ ପର୍ଯ୍ୟଟକଙ୍କ ବାରଣ ରହିଥିଲା। ଏବେ ଖୋଲିବାକୁ ଯାଉଥିବାରୁ ଭିତ୍ତିଭୂମି ସଜାଡ଼ିବା ଉପରେ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri