୪ ଗ୍ରାମରେ ପହଞ୍ଚତ୍ନି ମୌଳିକ ସୁବିଧା

ମାଥିଲି,୧୫ା୪(ଡି.ଏନ.ଏ.) ମାଲକାନଗିରି ଜିଲା ମାଥିଲି ବ୍ଲକର ଘାଟି ଉପରେ ଥିବା ଗ୍ରାମଗୁଡ଼ିକରେ ପହଞ୍ଚତ୍ପାରିନି ଏଯାଏ ମୌଳିକ ସୁବିଧା ସୁଯୋଗ। ଏପର୍ଯ୍ୟନ୍ତ ଗ୍ରାମବାସୀଙ୍କ ପାଇଁ ରାସ୍ତାଘାଟ ସ୍ବପ୍ନ ପାଲଟିଛି। ଚାଉଳ ଓ ଭତ୍ତା ପାଇଁ ୧୩ କି.ମି. ପାହାଡ଼ ଚଢ଼ି ପଞ୍ଚାୟତ କାର୍ଯ୍ୟାଳୟକୁ ଯିବାକୁ ପଡୁଛି। ସ୍ବାସ୍ଥ୍ୟସେବା ମଧ୍ୟ ଲୋକଙ୍କୁ ମିଳୁନି। ପାନୀୟଜଳ ଅଭାବ ମଧ୍ୟ ଲାଗି ରହିଛି। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଟେମୁରୁପଲ୍ଲି ପଞ୍ଚାୟତର ତୁଳସୀ, କେରମେଟି, ଚାରକଟୋଲା ଓ ମୁରଇବେଡା ଗ୍ରାମରେ। ଏକଦା ଏଠାରେ ମାଓବାଦୀଙ୍କ ରାଜୁତି ଚାଲୁଥିଲା। ତୁଳସୀ ପାହାଡ଼କୁ ସେମାନେ କବ୍‌ଜା କରି ରଖିଥିଲେ। ଏବେ ସ୍ଥିତି ବଦଳିଛି। ଟେମୁରୁପଲ୍ଲିରେ ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ହେବା ପରେ ଉକ୍ତ ଅଞ୍ଚଳର ବିକାଶ ନେଇ ଲୋକଙ୍କ ଆଶା ଥିଲା, ମାତ୍ର ସେ ଆଶା ଏବେ ମଉଳିଯାଇଛି। ଗ୍ରାମଗୁଡ଼ିକରେ ବିଦ୍ୟାଳୟ ଅଛି, ମାତ୍ର ନିଯୁକ୍ତି ପାଇଥିବା ଶିକ୍ଷକଙ୍କ ଓଡ଼ିଆ ଭାଷା ପିଲା ବୁଝିପାରୁନାହାନ୍ତି। ଶିକ୍ଷକ ଓଡ଼ିଆ ଭାଷାରେ କଥାହେଲେ ପିଲା ଦୁରୁଆ ଓ କୋୟା ଭାଷାରେ କଥାବାର୍ତ୍ତା କରନ୍ତି। ଏଠି ପିଲାଙ୍କ ଭାଷା ଶିକ୍ଷକ ବୁଝୁ ନ ଥିବା ବେଳେ ପିଲା ଶିକ୍ଷକଙ୍କ ଭାଷା ବୁଝିପାରୁନାହାନ୍ତି। ଏପରିସ୍ଥଳେ ପ୍ରାଥମିକ ଶିକ୍ଷା ଉପରୋକ୍ତ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ସମସ୍ୟା ସମାଧାନ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri