ଲାଞ୍ଚ ପାଇଁ ମୂଲଚାଲ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୨ା୭: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲରେ କାର୍ଯ୍ୟରତ ଜଣେ କର୍ମଚାରୀ ବାଲିଖାଦାନ ସବ୍‌ ଲିଜଧାରୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଲାଞ୍ଚ ନେବା ଓ ପରେ ଅଧିକ ଅର୍ଥ ପାଇଁ ମୂଲଚାଲ କରିବା ଘଟଣା ସାମ୍ନାକୁ ଆସିଛି। ଏହାର ଭିଡିଓ ଭାଇରାଲ ହୋଇଛି।
ତହସିଲ କାର୍ଯ୍ୟାଳୟର ସମ୍ପୃକ୍ତ କର୍ମଚାରୀ ଜଣକ ସବ୍‌ଲିଜଧାରୀଙ୍କଠାରୁ ଟଙ୍କା ଆଦାୟ କରି ବାଲେଶ୍ୱରରେ ରହୁଥିବା ତତ୍କାଳୀନ ତହସିଲଦାରଙ୍କୁ ପ୍ରତିମାସରେ ୪ ଲକ୍ଷ ଟଙ୍କା ଦେଉଥିଲେ। ସେହିପରି ନିଜ ବାବଦରେ ପ୍ରତି ମାସରେ ବାଲିଘାଟ ପିଛା ୧ଲକ୍ଷ ଟଙ୍କା ନେଉଥିଲେ। ତେବେ ତାଙ୍କୁ ପ୍ରତିଶ୍ରୁତି ମୁତାବକ ଟଙ୍କା ନ ମିଳିବାରୁ ବକେୟା ଟଙ୍କା ନେବା ପାଇଁ ଜିଦ୍‌ କରୁଥିବା ଭାଇରାଲ୍‌ ଭିଡିଓରୁ ଜଣାପଡ଼ିଛି। ବର୍ତ୍ତମାନ ଉକ୍ତ କର୍ମଚାରୀ ଜଣକ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଛନ୍ତି। ତହସିଲ ଅଧୀନରେ ଥିବା ବାଲି, ପଥର, ମୋରମ ଆଦି ସମସ୍ତ ଖାଦାନରୁ ସେ ମୋଟା ଅଙ୍କର ବଟି ଆଦାୟ କରୁଥିବା ନେଇ ତାଙ୍କ ନାମରେ ଅଭିଯୋଗ ହୋଇଛି। ତେବେ ଏହି ଭିଡିଓଟି କିଛି ଦିନ ତଳର ହୋଇଥିବା ବେଳେ ତତ୍କାଳୀନ ତହସିଲଦାରଙ୍କୁ ଦିଆଯାଉଥିବା ଟଙ୍କା ଓ କର୍ମଚାରୀ ଜଣକ ନେଇଥିବା ଟଙ୍କା ବାବଦରେ ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା ଏ ସଂକ୍ରାନ୍ତରେ ବାରିପଦା ଉପ ଜିଲାପାଳ ଅନ୍ୟା ଦାସଙ୍କୁ ପଚାରିବାରୁ ଘଟଣାର ଅନୁଧ୍ୟାନ ପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri